ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଯାଜପୁର ; ୨୫/୦୪(ନି ପ୍ର ) : ସୋମବାର ପୂର୍ବାହ୍ନରେ କଳିଙ୍ଗ ନଗର ଊନ୍ନୟନ କର୍ତ୍ତୃପକ୍ଷଙ୍କ ସମ୍ମିଳନୀ ଗୃହରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଯାଜପୁର ଜିଲ୍ଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରିବା ସହ ଶିବିରକୁ ଆସୁଥିବା ଅଭିଯୋଗକାରୀଙ୍କର ସମସ୍ୟାର ସମାଧାନ ତ୍ୱରାନ୍ୱିତ ପ୍ରକ୍ରିୟାରେ କରିବାକୁ ପରାମର୍ଶ ଦେଇଥିଲେ । ପ୍ରଶାସନକୁ ଲୋକାଭିମୁଖୀ କରିବା ସହ ଆଇନର ପରିସରରେ ସାଧାରଣ ଲୋକଙ୍କର ସମସ୍ୟାର ସମାଧାନ ସଂପନ୍ନ କରିବା ହେଉଚ୍ଥି ଅଭିଯୋଗ ଶୁଣାଣି ଶିବିରର ଆଭିମୁଖ୍ୟ । ତେଣୁ ପ୍ରତ୍ୟେକ ଦାୟିତ୍ୱର ସହ ଏହାକୁ ନିର୍ବାହ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଏହି ଶୁଣାଣିରେ ମୋଟ ୫୮ ଗୋଟି ଅଭିଯୋଗ ମଧ୍ୟରୁ ୦୭ ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିପଂପାଣ୍ଠିରୁ ସହାୟତା ପାଇଁ ୦୪ ଗୋଟି ଆବେଦନ ପତ୍ର ମିଳିଥିଲା । ଆବାସ ଯୋଜନା, ଭତ୍ତା ପ୍ରଦାନ, ଚିକିତ୍ସା ସହାୟତା, ଜମିଜମା ସମ୍ୱନ୍ଧୀୟ, ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଂଜିକୃତ ହୋଇଥିଲା । ତତ୍‌କ୍ଷଣାତ୍ ୩୨ ଗୋଟି ଆବେଦନର ସମାଧାନ କରାଯାଇଥିଲା । ଅନ୍ୟ ୧୫ ଗୋଟି ଅଭିଯୋଗର ସମାଧାନ କର୍ତ୍ତୃପକ୍ଷ ଅଧିକାରୀ ମାନଙ୍କ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଗଲା । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଲ ପି.ଆର., ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଅକ୍ଷୟ କୁମାର ମଲ୍ଲିକ, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଅଶୋକ କୁମାର ବେହୁରିଆ, କଳିଙ୍ଗ ନଗର ଅତିରିକ୍ତ ଜିଲ୍ଲାପାଳ ସନ୍ତୋଷ କୁମାର ମିଶ୍ର, ବ୍ୟାସନଗର ତହସିଲଦାର ଅଶୋକ କୁମାର ମାଝି, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ସୁଧାଂଶୁ ଶେଖର ବଳ ବ୍ୟାସନଗର ପୈାର ନିର୍ବାହୀ ଅଧିକାରୀ ଅଶୋକ କୁମାର ରାଊତ,ଜିଲ୍ଲା ସଂସ୍କୃତି ଅଧିକାରୀ ଦୁର୍ଯ୍ୟୋଧନ ମଲ୍ଲିକ, ଜିଲ୍ଲା ଯୋଗାଣ ଅଧିକାରୀ ସଲ୍ଳାଊଦ୍ଦିନ ଖାଁ, ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ତିଳୋତ୍ତମା ପୃଷ୍ଟି , ଊପଖଣ୍ଡ ସୂଚନା ଓ ଲୋକ ସଂପର୍କ ଅଧିକାରୀ ସରୋଜ କୁମାର ଶତପଥୀ ଓ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close