ଭାରତର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୦ତମ ଜନ୍ମ ବାର୍ଷିକ ପାଳନ ଉପଲକ୍ଷେ ସୁକିନ୍ଦା ଶିଳ୍ପାଂଚଳ ବିଜେପିର ପ୍ରସ୍ତୁତି ବୈଠକ

ଯାଜପୁର, ୧୩/୦୯(ବସନ୍ତ କୁମାର ପାତ୍ରଙ୍କ ଠାରୁ): ଭାରତର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ସେପ୍ଟେମ୍ବର ୧୭ ତାରିଖରେ ୭୦ ବର୍ଷରେ ପଦାର୍ପଣ କରିବାକୁ ଯାଉଛନ୍ତି । ତାଙ୍କର ୭୦ତମ ଜନ୍ମ ବାର୍ଷିକ ପାଳନ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଯଥା-ବୃକ୍ଷରୋପଣ, ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ, ଶୁଖିଲା ଖାଦ୍ୟ ବଂଟନ ଆଦି କାର୍ଯ୍ୟକ୍ରମର ଖସଡ଼ା ପ୍ରସ୍ତୁତ କରିବା ପାଇଁ ସୁକିନ୍ଦାର ଅଶୋକଝର ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ୩୮ନଂ. ସୁକିନ୍ଦା ଶିଳ୍ପାଚଂଳ ମଣ୍ଡଳର ସଂଯୋଜକ ସରୋଜ ବାରିକ ଅଧ୍ୟକ୍ଷତା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଉପେନ୍ଦ୍ର ମହାନ୍ତ, ଦେବେନ୍ଦ୍ର ପ୍ରଧାନ, ବିରଂଚି ସାହୁ, ନିରଞ୍ଜନ ମହାନ୍ତ, ପ୍ରଭାତ ଜେନା, ଶରତ ମହାନ୍ତ, କୃଷ୍ଣ ମହାନ୍ତ ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମକୁ ସରସ ସୁନ୍ଦର କରିବା ପାଇଁ ସେମାନଙ୍କ ମତାମତ ରଖିଥିଲେ । ଶେଷରେ ବିଜୟ ମହାନ୍ତ ଧନ୍ୟବାଦ ଅର୍ପଣ କରିଥିଲେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close