ଯାଜପୁର ଜିଲ୍ଳ୍ା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ ଗୃହରେ ଏକ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ
ଯାଜପୁର, ୦୭ା୧୧: ଆଜି ସୋମବାର ପୂର୍ବାହ୍ନରେ ଜିଲ୍ଳ୍ା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ ଗୃହରେ ଏକ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଯାଜପୁର ଜିଲ୍ଳ୍ାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରିବା ସହ କହିଲେ ଯେ, ଅଭିଯୋଗ ଏବଂ ସମସ୍ୟାର ସମାଧାନ ହେଊଚ୍ଥି ଜିଲ୍ଳ୍ା ପ୍ରଶାସନର ଅଂଶ ବିଶେଷ । ଅଭିଯୋଗ ଶୁଣାଣି ପ୍ରକ୍ରିୟାର ଊଦ୍ଦେଶ୍ୟ ହେଊଚ୍ଥି ଲୋକମାନଙ୍କ ସମସ୍ୟାଗୁଡିକୁ ତ୍ୱରିତ ସମାଧାନ କରି ପରିଚାଳନାରେ ସ୍ଥିରତା, ସ୍ୱଚ୍ଚ୍ଥତା ଏବଂ ନ୍ୟାୟକୁ ଊତ୍ସାହିତ କରିବା । ପଂଳରେ ପ୍ରଶାସନ ଜନସାଧାରଣଙ୍କ ନିକଟରେ ଊତ୍ତରଦାୟୀ ହେବା ସହ ଏକ ଦକ୍ଷ ଓ ପ୍ରଭାବଶାଳୀ ଅଭିଯୋଗ ସମାଧାନ ପ୍ରଣାଳୀ ପ୍ରତିଷ୍ଠା ହୋଇପାରିବ ବୋଲି ସେ କହିଥିଲେ । ଏହି ଶିବିରରେ ଆବାସ ଯୋଜନା, ଭତ୍ତା ପ୍ରଦାନ, ଚିକିତ୍ସା ସହାୟତା, ଜମିଜମା ସମ୍ୱନ୍ଧୀୟ, ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଂଜିକୃତ ହୋଇଥିଲା । ଏହି ଶୁଣାଣିରେ ମୋଟ ୧୨୧ଗୋଟି ଅଭିଯୋଗ ମଧ୍ୟରୁ ୧୧୪ଗୋଟି ବ୍ୟକ୍ତିଗତ, ୨୬ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିପଂ୍ ପାଂଠିରୁ ସହାୟତା ପାଇଁ ୧୬ ଗୋଟି, ସାମୁହିକ ୦୭ ଗୋଟି ଆବେଦନ ପତ୍ର ମିଳିଥିଲା । ତତ୍କ୍ଷଣାତ୍ ୬୬ଗୋଟି ଆବେଦନର ସମାଧାନ କରାଯାଇଥିଲା । ଅବଶିଷ୍ଟ ଅଭିଯୋଗର ସମାଧାନ କର୍ତ୍ତୃପକ୍ଷ ଅଧିକାରୀମାନଙ୍କ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଗଲା । ନଭେମ୍ୱର ୧୪ ତାରିଖ ସୋମବାର କେ.ଏନ୍.ଡି.ଏ ସମ୍ମଳନୀ ଗୃହ, ବ୍ୟାସନଗର ଠାରେ, ନଭେମ୍ୱର ୨୧ ତାରିଖ ସୋମବାର ସୁକିନ୍ଦା ବ୍ଳ୍କ କାର୍ଯ୍ୟାଳୟ ଠାରେ, ନଭେମ୍ୱର ୨୮ ତାରିଖ ସୋମବାର ଦଶରଥପୁର ବ୍ଳ୍କ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ ବୋଲି ଜିଲ୍ଳ୍ାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ବିଭାଗୀୟ ପତ୍ର ମାଧ୍ୟମରେ ଅବଗତ କରାଇଚ୍ଥନ୍ତି ।
ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଲ ପି.ଆର, ଜିଲ୍ଳ୍ା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଶୋକ କୁମାର ବେହୁରିଆ, ଅତିରିକ୍ତ ଜିଲ୍ଳ୍ାପାଳ(ରାଜସ୍ୱ) ଅକ୍ଷୟ କୁମାର ମଲ୍ଳ୍ିକ, ଯାଜପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ, ଯାଜପୁର ବି.ଡି.ଓ ସୈାରଭ ଚକ୍ରବର୍ତ୍ତୀ, ଜିଲ୍ଳ୍ା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ତିଳୋତ୍ତମା ପୃଷ୍ଟି ଓ ଜିଲ୍ଳ୍ା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।