+2ବିଜ୍ଞାନ ଓ ବାଣିଜ୍ୟ ଶିକ୍ଷା ପାଠ୍ୟକ୍ରମର ଫଳ ଚଳିତ ଜୁଲାଇ ୩୧ରେ

ଭୁବନେଶ୍ୱର ; ୨୮/୦୭ ( ଜ୍ୟୋତି ରଞ୍ଜନଙ୍କ ଠାରୁ) : ୨୦୨୦-୨୧ ଶିକ୍ଷାବର୍ଷ  ଉଚ୍ଚ ମାଧ୍ୟମିକ ପରୀକ୍ଷାର ବିଜ୍ଞାନ ଓ ବାଣିଜ୍ୟ ଶିକ୍ଷା ପାଠ୍ୟକ୍ରମର ଫଳ ଚଳିତ ଜୁଲାଇ ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ  ବୋଲି ସୂଚନା ମିଳିଛି। କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଂଚ କରିବାରେ ଅଧିକ ସମୟର ଆବଶ୍ୟକତା ଦୃଷ୍ଟିରୁ ଏହାର ଫଳ ପ୍ରକାଶନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ଉଭୟ ପାଠ୍ୟକ୍ରମର ଫଳାଫଳ ଜୁଲାଇ ୩୧ ତାରିଖ ପରେ ପ୍ରକାଶ ପାଇବ । ଏଥି ପାଇଁ ଅନୁମତି ନିମନ୍ତେ ସୁପ୍ରିମ କୋର୍ଟଙ୍କ ନିକଟରେ ପରିଷଦ ତରଫରୁ ସମୟ ଯାଚିକା ଦାଖଲ କରାଯାଇଛି । କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବଶୀଘ୍ର ପ୍ରକାଶନ ପାଇଁ ପରିଷଦ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ ପ୍ରକାଶ ।

 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close