ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ କଳିଙ୍ଗନଗରଠାରେ ମିଳିତ ଅଭିଯୋଗ ଶୁଣାଣୀ

ଯାଜପୁର, ୦୮ା୦୫(ଉ. ନ୍ୟୁଜ୍ ବ୍ୟୁରୋ): ସ୍ଥାନୀୟ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସୋମବାର ପୂର୍ବାହ୍ନରେ ବ୍ୟାସନଗର ସ୍ଥିତ କେ.ଏନ୍‌.ଡି.ଏ. ସମ୍ମିଳନୀ ଗୃହ ଠାରେ ଜିଲ୍ଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ଏବଂ ଆରକ୍ଷୀ ଅଧିକ୍ଷକ ଭିନୀତ ଅଗ୍ରୱାଲଙ୍କ ଦ୍ୱାରା ବ୍ଳକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଚ୍ଥି । ଉକ୍ତ ଜନ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ, କଳିଙ୍ଗନଗର ସନ୍ତୋଷ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଅଶୋକ କୁମାର ବେଉରିଆ, ଡେପୁଟି କଲେକ୍ଟର, ଅଭିଯୋଗ ପ୍ରପୁଂଲ ଚନ୍ଦ୍ର ମିଶ୍ର, ବି.ଡି.ଓ, କୋରାଇ ରଂଜନ କୁମାର ପରିଡା, ତହସିଲିଦାର, ବ୍ୟାସନଗର ଅଶୋକ କୁମାର ମାଝି, ଜିଲ୍ଲା ମଙ୍ଗଳ ଅଧିକାରୀ ଶରତ ଚନ୍ଦ୍ର ବେହେରା, ଜିଲ୍ଲା ଶିକ୍ଷା ଅଧକାରୀ ରଂଜନ କୁମାର ଗିରି, ଜିଲ୍ଲା ମୁଖ୍ୟ ପଶୁ ଚିକିତ୍ସାଧିକାରୀ ପଦ୍ମନାଭ ଦାଶ, ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସୁଶାନ୍ତ କୁମାର ଘଡାଇ, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ସେକ୍ ସଲାଊଦ୍ଦିନ ଖାଁ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ କରିଥିଲେ ।
              ଆଜିର ଏହି ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୪୧ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୩୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୪ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିପଂ୍ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୦୬ ଗୋଟି ଅଭିଯୋଗ ଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୦୭ ଗୋଟି ଅଭିଯୋଗ ଥିଲା । ଶିବିର ପ୍ରକୋଷ୍ଠରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ରାଠୋର ୧୬ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ । ସମୁଦାୟ ପଂଜିକୃତ ହୋଇଥିବା ଅଭିଯୋଗ ମଧ୍ୟରୁ ୧ ଗୋଟି ଅଭିଯୋଗର ଅଭିଯୋଗକାରୀ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ । ପ୍ରକାଶଥାଉକି, ଚଳିତ ମାସ ୧୫ ତାରିଖ ସୋମବାର ରସୁଲପୁର ବ୍ଳ୍‌କ କାର୍ଯ୍ୟାଳୟ ଠାରେ, ୨୨ ତାରିଖ ସୋମବାର ଦଶରଥପୁର ବ୍ଳ୍‌କ କାର୍ଯ୍ୟାଳୟ ଠାରେ, ୨୯ ତାରିଖ ସୋମବାର ସୁକିନ୍ଦା ବ୍ଳ୍‌କ କାର୍ଯ୍ୟାଳୟ ଠାରେ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାର ବରିଷ୍ଠ ପଦାଧିକାରୀବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ, ସଂପୃକ୍ତ ବ୍ଳକର ବି.ଡି.ଓ ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ଜିଲ୍ଲାପାଳଙ୍କୁ ସହଯୋଗ ପ୍ରଦାନ କରିବେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close