ଯାଜପୁରରେ ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ ଅନୁଷ୍ଠିତ

ଯାଜପୁର, ୨୭/୧୦(ଦୁଷ୍ମନ୍ତ କୁମାର ରାଉତଙ୍କ ଠାରୁ): ଦୁର୍ନୀତି ଏକ ଦୁସ୍ଥ ମାନସିକତା । ଏହା ବ୍ୟକ୍ତି, ପରିବାର ଓ ସମାଜକୁ ରୁଗ୍‌ଣ କରିଦିଏ । ତେଣୁ ଏହାର ବିଲୋପ ପାଇଁ ସବୁ ସ୍ତରରେ ଉଦ୍ୟମ ହେବା ଆବଶ୍ୟକ ବୋଲି ଜିଲ୍ଲାପାଳ ଚଳ୍ରବର୍ତୀ ସିଂ ରାଠୋର ଆହ୍ୱାନ ଦେଇଛନ୍ତି । । ଆଜି ମଂଗଳବାର ପୂର୍ବାହ୍ନରେ ଯାଜପୁର ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲାପାଳ ଶ୍ରୀ ରାଠୋର ଅଧ୍ୟକ୍ଷତା କରି ଦୁର୍ନୀତି ରୂପକ ବ୍ୟାଧିକୁ ସମାଜରୁ ଦୂର କରିବାକୁ ବଦ୍ଧପରିକର ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ସୂଚନା ଓ ଲୋକ ସଂର୍ପକ ଅଧିକାରୀ ସନ୍ତୋଷ କୁମାର ସେଠୀ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପସ୍ଥିତ ସମସ୍ତଙ୍କୁ ଦୁର୍ନୀତି ନିବାରଣ ସଚେତନତା ଶପଥପାଠ କରାଇଥିଲେ । ଏହି ସଚେତନତା କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଅକ୍ଷୟ କୁମାର ମଲ୍ଲିକ, ମିହିର ପ୍ରସାଦ ମହାନ୍ତି, ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ଧଳ, ଡେପୁଟି କଲେକ୍ଟର କୁଳମଣି ନାୟକ, ପ୍ରଜ୍ଞା ହୋତା, ବୀରକିଶୋର ସାହୁ, ଶୁଭଦର୍ଶନ ମିଶ୍ର, ସହକାରୀ ଜିଲ୍ଲାପାଳ ଅନୂପ କୁମାର ବେହେରା, ତିଳୋତମା ପୃଷ୍ଟି, ସୂର୍ଯ୍ୟକାନ୍ତ ନାୟକ, ସମାଜ କଲ୍ୟାଣ ଅଧିକାରୀ ବିଜୟଲକ୍ଷ୍ମୀ ପଣ୍ଡା, ସାମାଜିକ ସୁରକ୍ଷା ଅଧିକାରୀ ମନୋଜ ରଥ, ଶିଶୁ ସୁରକ୍ଷା ଅଧିକାରୀ ନିରଜଂନ କର, ଜିଲ୍ଲା କ୍ରୀଡା ଅଧିକାରୀ ଫକିର ମୋହନ ଟୁଡୁ, ସ୍ୱଳ୍ପ ସଂଚୟ ଅଧିକାରୀ ଜ୍ଞାନରଂଜନ ସେଠୀ, କାର୍ଯ୍ୟାଳୟ ଅଧିକ୍ଷକ ଅଲେଖ ମହାରଣା, ପ୍ରଶାନ୍ତ ପୁହାଣ, ନିତ୍ୟାନନ୍ଦ ନାୟକ, ସତ୍ୟଜିତ୍ ନାୟକ, ବିନୋଦ କୁମାର ସିଂହ ପ୍ରମୁଖ ଯୋଗ ଦେଇ ଶପଥ ପାଠ କରିଥିଲେ । ଜିଲ୍ଲା ଡି.ଆର.ଡି.ଏର ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକଙ୍କ ଅଧ୍ୟକ୍ଷତାରେ ଶପଥ ପାଠ ଅନୁଷ୍ଠିତ ହୋଇଥିଲା । ସେହିପରି ଜିଲ୍ଲାର ବିଭିନ୍ନ ବିଭାଗ, କାର୍ଯ୍ୟାଳୟ, ଲାଇନ ଡିପାର୍ଟମେଂଟ ଆଦିମାନଙ୍କରେ ମଧ୍ୟ ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ କରାଯାଇଛି ବୋଲି ଜିଲ୍ଲା ସୂଚନା ଓ ଲୋକ ସଂର୍ପକ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close