ଓଡ଼ିଶାରରେ ମେ ୫ରୁ ମେ୧୯ ପର୍ଯ୍ୟନ୍ତ ଲକଡାଉନ ଘୋଷଣା

ଭୁବନେଶ୍ୱର ; ୦୨/୦୫( ଜ୍ୟୋତି ରଞ୍ଜନଙ୍କ ଠାରୁ) :  ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଦୃତଗାମୀ ହେବାର ଦେଖି ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ନେଇଛନ୍ତି। ଶନିବାର ଓ ରବିବାର ଦିନ ପୂର୍ବ ଭଳି ସମ୍ପୂର୍ଣ୍ଣ ସଟ୍‌ଡାଉନ୍ ବଳବତ୍ତର ରହିବ। ସକାଳ ୬ଟାରୁ ଦିନ ୧୨ଟା ଯାଏ ଚାଲି ଚାଲି ଯାଇ ପରିବା ପାଇଁ ଯାଇପାରିବେ। ସ୍ୱାସ୍ଥ୍ୟ ସେବା ଓ ଅନ୍ୟାନ ଜରୁରୀ ସେବା ପାଇଁ କଟକଣା ଲାଗୁ ହେବ ନାହିଁ।  ସପ୍ତାହର ସବୁ ଦିନ ଟୀକାକରଣ ଓ ଟେଷ୍ଟିଂ କାର୍ଯ୍ୟ ଜାରି ରହିବ। ବସ୍ ଚଳାଚଳ ବନ୍ଦ ରହିବ। ଏହି ସମୟରେ ସମସ୍ତ ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର ଓ ଟ୍ରେନିଂ ସେଣ୍ଟର ବନ୍ଦ ରହିବ। ପ୍ରଦର୍ଶନୀ, ମେଳା ଓ ବ୍ୟବସାୟ ଭିତ୍ତିକ ମିଟିଂ ବନ୍ଦ ରହିବ । ସିନେମା ହଲ୍, ମଲ୍, ମାର୍କେଟ କଂପ୍ଲେକ୍ସ ଓ ଜିମ୍ ବନ୍ଦ ରହିବ । ଯାତ୍ରା, ଅପେରା ଓ ଖୋଲାମଞ୍ଚ ସଂପୂର୍ଣ୍ଣ ଭାବେ ବନ୍ଦ ରହିବ। ସେଲୁନ, ପାର୍ଲର ଓ ସ୍ପା ସଂପୂର୍ଣ୍ଣ ଭାବେ ବନ୍ଦ ରହିବ । ସାମାଜିକ, ଧାର୍ମିକ, କ୍ରୀଡ଼ା ଓ ରାଜନୈତିକ ସମାବେଶ ବନ୍ଦ ରହିବ। ବିବାହ ପାଇଁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଠାରୁ ଅନୁମତି ଆଣିବାକୁ ହେବ, ବିବାହରେ ସର୍ବାଧିକ ୫୦ ଜଣ ଉପସ୍ଥିତ ରହିପାରିବେ। ସେହିଭଳି ଶୁଦ୍ଧି କାର୍ଯ୍ୟରେ କେବଳ ୨୦ ଜଣଙ୍କୁ ଅନୁମତି ମିଳିବ । ଲକଡାଉନ ବେଳେ ରେଷ୍ଟୁରାଣ୍ଟ ଓ ଢାବା କେବଳ ଖାଦ୍ୟ ପାର୍ସଲ ଦେଇପାରିବେ। ଫ୍ଲିପକାର୍ଟ, ଆମାଜନ, ଜୋମାଟୋ ଆଦିର ଡେଲିଭରି ବୟଙ୍କୁ ଅନୁମତି।ଛାପା, ବୈଦୁ୍ୟତିକ ଗଣମାଧ୍ୟମ,ୱେବ୍ ମିଡିଆକୁ ଅନୁମତି। ପେଟ୍ରୋଲ ପମ୍ପ, ରନ୍ଧନ ଗ୍ୟାସ୍ ଯୋଗାଣକୁ ଅନୁମତି।  ଟ୍ୟାକ୍ସି, ଅଟୋ, ସାଇକେଲ ଓ ରିକ୍ସା ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିବ। ମେଡିକାଲ କାର୍ଯ୍ୟ ବ୍ୟତୀତ ଅନ୍ୟ ସବୁ ଆତଯାତ ମନା ଭଳି ନିର୍ଦ୍ଦେଶନାମା ରହିଛି। ଅଯଥା ବାହାରେ ବୁଲାବୁଲି ନ କରି ସାବଧାନତା ଅବଲମ୍ବନ କରିବା ସହ ସଟଡ଼ାଉନରେ ଘରେ ରହିବାକୁ ପୋଲିସ ପକ୍ଷରୁ ବାରମ୍ବାର ସୂଚନା ଦିଆଯାଉଛି । ଅତ୍ୟାବଶ୍ୟକ ସେବା ଛଡ଼ା ଅନ୍ୟ କ୍ଷେତ୍ରରେ ଆଇନ ଅମାନ୍ୟ କରୁଥିବା ବ୍ୟକ୍ତିବିଶେଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close