ଲକ୍ଷ୍ମୀ ଯୋଜନା ମାଧ୍ୟମରେ ପଞ୍ଚାୟତରୁ ବ୍ଲକ, ବ୍ଲକରୁ ଜିଲ୍ଲା, ସଦରମହକୁମାକୁ ସେବା,ମାଲକାନାଗିରିରୁ ୩୬ଟି ବସ୍‌ର ଶୁଭାରମ୍ଭ

ଭୁବନେଶ୍ୱର;୧୩/୧୦(ଜ୍ୟୋତି ରଞ୍ଜନ ଙ୍କ ଠାରୁ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ୧୨ତାରିଖ ଗୁରୁବାର ଦିନ ମାଲକାନାଗିରି ରୁ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ ହୋଇଯାଇଛି। ମାଲକାନାଗିରିର ୧୧୧ଟି ପଞ୍ଚାୟତ ରୁ ସ୍ଥାନୀୟ ବ୍ଲକ୍ ଓ ଜିଲ୍ଲା ମୁଖ୍ୟାଳୟକୁ ସିଧାସଳଖ ଶୀତତାପ ନିୟନ୍ତ୍ରିତ ବସ୍ ଓ ସାଧାରଣ ବସ୍ ଚଳାଚଳ ସୁବିଧା ମିଳବ । ଏହି ଅବସରରେ ଯୋଜନାର ପ୍ରଥମ ବସ୍‌ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍ କିଣି ମାଲକାନାଗିରିରୁ ଏମ୍.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରି ସେଠାରେ BQSର ଶୁଭାରମ୍ଭ କରିଥିଲେ। ଜନତାଙ୍କ ତାଳି, ସ୍ୱାଗତମ୍ ଧ୍ୱନି ଓ ମହିଳାମାନଙ୍କ ହୁଳହୁଳି ଧ୍ୱନି ମଧ୍ୟରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ “ମାଲକାନାଗିରିରୁ ହିଁ ଏକ ଟଙ୍କିଆ ଚାଉଳ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପରି ପ୍ରମୁଖ ଯୋଜନା ଆରମ୍ଭ କରିଥିଲି। ପୁଣି ଥରେ ଏକ ଗୁରୁତ୍ବପୂର୍ଣ୍ଣ ଯୋଜନା ‘ଲକ୍ଷ୍ମୀ ଯୋଜନା’ ଆରମ୍ଭ କରି ମୁଁ ବହୁତ ଖୁସି”। ଓଡିଶାର ବିକାଶରେ ମାଲକାନାଗିରିର ଭୂମିକା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା’ ମାନଙ୍କ ପାଇଁ BSKYରେ ୧୦ ଲକ୍ଷ ଟଙ୍କାର ବ୍ୟବସ୍ଥାର ପ୍ରସ୍ତାବ ମାଲକାନାଗିରି ରୁ ହିଁ ଆରମ୍ଭ ହୋଇଛି। ଏହି ଯୋଜନା ଆମର ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବା ସହ ଆମର ଅର୍ଥନୀତିକୁ ଆହୁରି ମଜବୁତ କରିବ ଏବଂ ଗାଁ ଗାଁରେ ସମୃଦ୍ଧି ଆଣିବ ବୋଲି ସେ କହିଥିଲେ। ଏହି ଯୋଜନାରେ ସାରା ରାଜ୍ୟରେ ଏକ ହଜାରରୁ ଅଧିକ ବସ୍‌ ଚାଲିବ। ମାଲକାନାଗିରିରେ ୩୬ଟି ବସ୍‌ ର ଶୁଭାରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ମାଲକାନାଗିରି ସହ ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ  ରେ ଲକ୍ଷ୍ମୀ  ଯୋଜନାରେ ବସ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।  ଯୋଗାଯୋଗ ବିକାଶର ଆଧାର। ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହିତ ଯୋଡିବ। ଘର ପାଖକୁ ଆସିବ ବସ୍‌। ପିଲାଙ୍କୁ ସ୍କୁଲ କଲେଜ ସହିତ ଯୋଡିବ। ଚାଷୀକୁ ମାର୍କେଟ ସହିତ ଯୋଡିବ। ରୋଗୀକୁ ହସ୍‌ପିଟାଲ ନେବ। ମା’ ମାନେ ସେମାନଙ୍କ କାମ ପାଇଁ ବିଭିନ୍ନ ସ୍ଥାନକୁ ସୁବିଧାରେ ଯାଇପାରିବେ। ଲକ୍ଷ୍ମୀ ଯୋଜନା ଘରେ ଘରେ ଖୁସି ଆଣିବ ବୋଲି ମୁଖ୍ୟମନ୍ତ୍ରୀ ନିଜ ବକ୍ତବ୍ୟ ରେ ଉପସ୍ଥାପନ କରିଥିଲେ।ମୁଖ୍ୟମନ୍ତ୍ରୀ ମାଲକାନଗିରିରେ ଦୁଇ ଶହ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କରିବା ସହିତ ୬୦୦ କୋଟି ଟଙ୍କାର ପ୍ରକଳ୍ପ  ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ରଖିଥିଲେ। ସମସ୍ତଙ୍କ ସହଯୋଗରେ ଏହି କାମ ସବୁ ଠିକ୍‌ ସମୟରେ ଶେଷ ହେବ ଏବଂ ମାଲକାନଗିରିର ବିକାଶ ଆହୁରି ଉଜ୍ଜଳ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଯେତେ ସବୁ ନୂତନ ଯୋଜନା ଆରମ୍ଭ କରିଥାନ୍ତି, ତାହା ମାଲକାନଗିରି ଜିଲ୍ଲାରୁ। ତେଣୁ ମାଲକାନଗିରି ଜିଲ୍ଲାବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଧନ୍ୟବାଦ। ଲକ୍ଷ୍ମୀ ବସ୍ ଯୋଗୁ ମାଲକାନଗିରିର ଆଭ୍ୟନ୍ତରୀଣ ଅଞ୍ଚଳକୁ ବସ୍ ଚଳାଚଳ ହେବା ଫଳରେ ଗାଁ ଗହଳିର ଲୋକମାନେ ବହୁଳ ଭାବେ ଉପକୃତ ହେବେ। ଅନ୍ୟତମ ଅତଥି ଭାବେ ଚିତ୍ରକୋଣ୍ଡା ବିଧାୟକ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ବାକା କହିଥିଲେ ଯେ ମାଲକାନଗିରି ଜିଲ୍ଲାବାସୀଙ୍କ ପାଇଁ ଏହି ଦିନଟି ଏକ ଐତିହାସିକ ଦିନ। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସ୍ୱାଭିମାନ ଅଞ୍ଚଳରେ ଗୁରୁପ୍ରିୟା ସେତୁ ନିର୍ମାଣ ଫଳରେ ଆମ ଅଞ୍ଚଳର ବହୁତ ବିକାଶ ହୋଇଛି। ଅନ୍ୟତମ ଅତଥି ଭାବେ ଯୋଗ ଦେଇ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଥିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଯେଉଁ ସବୁ ଯୋଜନା ଭାବନ୍ତି ତାକୁ ତୃଣମୂଳ ସ୍ତରରେ ଆରମ୍ଭ କରିଥାନ୍ତି। ଗ୍ରାମାଞ୍ଚଳର କୃଷକ, ଛାତ୍ରଛାତ୍ରୀ, ମା’ ଭଉଣୀ ସମସ୍ତେ ଏହା ମାଧ୍ୟମରେ ଉପକୃତ ହେବେ। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ପ୍ରତି ବ୍ଲକରେ ବସ୍‌ ଷ୍ଟାଣ୍ଡ ନିର୍ମାଣ ହେଉଛି। ଏହା ବସ୍ ଚଳାଚଳ ବ୍ୟବସ୍ଥାରେ ଉନ୍ନତି ଆଣିବ।
ସୂଚନାଯୋଗ୍ୟ ଯେ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ‘ଲକ୍ଷ୍ମୀ ଯୋଜନା’ର ଯେଉଁ ବସଭଡ଼ା ନିର୍ଦ୍ଧାରଣ ହୋଇଛି ତାହା ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ପାଇଁ ବ୍ଲକ ମୁଖ୍ୟାଳୟ ପର୍ଯ୍ୟନ୍ତ ଭଡ଼ା ମାତ୍ର ୫ଟଙ୍କା ଏବଂ ଜିଲ୍ଲା ମୁଖ୍ୟାଳୟକୁ ଭଡ଼ା ୧୦ଟଙ୍କା ନିର୍ଦ୍ଧାରଣ କରାଯାଇଛି ।
ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଜାରି ଲକ୍ଷ୍ମୀ ଯୋଜନାର ରେଟ୍ ଚାର୍ଟ ଅନୁସାରେ, ପଂଚାୟତରୁ ବ୍ଲକ ମୁଖ୍ୟାଳୟ ପର୍ଯ୍ୟନ୍ତ ନନଏସି ବସ୍ ପାଇଁ ୦ ରୁ ୧୦କିମି ପର୍ଯ୍ୟନ୍ତ ରାସ୍ତାର ବସଭଡ଼ା ୫ଟଙ୍କା, ୧୧ରୁ ୨୦କିମିକୁ ୧୦ଟଙ୍କା, ୨୧ରୁ ୪୦କିମିକୁ ୧୫ଟଙ୍କା, ୪୧ରୁ ୬୦କିମିକୁ ୨୫ଟଙ୍କା ଓ ୬୧ରୁ ୮୦କିମିକୁ ଭଡ଼ା ୩୦ଟଙ୍କା ନିର୍ଦ୍ଧାରଣ ହୋଇଛି ।ସେହିପରି ଜିଲ୍ଲା ମୁଖ୍ୟାଳୟକୁ ଏସି ବସ୍ ଭଡ଼ା ୦ରୁ ୧୦ କିମିକୁ ୧୦ଟଙ୍କା, ୧୧ରୁ ୨୦କିମିକୁ ୨୦ଟଙ୍କା, ୨୧ରୁ ୪୦କିମିକୁ ୪୦ଟଙ୍କା, ୪୧ରୁ ୬୦କିମିକୁ ୬୦ଟଙ୍କା ଓ ୬୧ରୁ ୮୦କିମିକୁ ୮୦ଟଙ୍କା ନିର୍ଦ୍ଧାରଣ ହୋଇଛି ।ଏହି ଯୋଜନାରେ ରାଜ୍ୟରେ ଘରୋଇ ବସ୍ ଚଳାଚଳ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯିବା ଆଶଙ୍କା ଦେଖାଦେଉଛି।

 

 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close