୨୦୨୪ ଜାନୁୟାରୀ ମାସର ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟସୂଚୀ

ଯାଜପୁର,୩୦ା୧୨: ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚକ୍ରୱର୍ତୀ ସିଂହ ରାଠୋର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟସୂଚୀ ଜିଲ୍ଲା ସଦର ମହକୁମା ସମେତ ବିଭିନ୍ନ ବ୍ଳକରେ ଅନୁଷ୍ଠିତ ହେବାପାଇଁ କାର୍ଯ୍ୟକ୍ରମ ସ୍ଥିିରୀକୃତ ହୋଇଅଛି । ସ୍ଥିରୀକୃତ କାର୍ଯ୍ୟସୂଚୀ ଅନୁଯାୟୀ ଜାନୁୟାରୀ ମାସ ୦୧ ତାରିଖ ସୋମବାର ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ, ୦୮ ତାରିଖ ସୋମବାର କୋରେଇ ବ୍ଳ୍‌କ କାର୍ଯ୍ୟାଳୟ ଠାରେ, ୧୬ ତାରିଖ ମଙ୍ଗଳବାର ରସୁଲପୁର ବ୍ଳ୍‌କ କାର୍ଯ୍ୟାଳୟ ଠାରେ, ୨୨ ତାରିଖ ସୋମବାର ଦଶରଥପୁର ବ୍ଳ୍‌କ କାର୍ଯ୍ୟାଳୟ ଠାରେ, ୨୯ ତାରିଖ ସୋମବାର ଧର୍ମଶାଳା ବ୍ଳ୍‌କ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଗୁଡିକରେ ଜିଲ୍ଲାର ବି.ଡି.ଓ., ତହସିଲଦାର, ଜିଲ୍ଲାର ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ବିଭିନ୍ନ ଲାଇନ ଡିପାର୍ଟମେଂଟର ଅଧିକ୍ଷଣ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ ମାନେ ଯୋଗ ଦେବାକୁ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ଚକ୍ରବର୍ତୀ ସିଂହ ରାଠୋର ନିର୍ଦ୍ଦେଶ ଦେଇଛନ୍ତି ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close