୧୦ ହଜାର ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଜାଲରେ ଆନନ୍ଦପୁର ଏବିଇଓ

ଆନନ୍ଦପୁର; ୦୧/୦୭( ବ୍ୟୁରୋ ଚିଫ): କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ ଏବିଇଓ ବୁଧବାର ଜଣେ ଶିକ୍ଷକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ବାଲେଶ୍ବର ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି । ଭିଜିଲାନ୍ସ ଟିମ୍‌ ପକ୍ଷରୁ ଉଭୟ କାର୍ଯ୍ୟାଳୟ ଏବଂ ତାଙ୍କ ଘସିପୁରା ବ୍ଲକ କଇନିପୁରାସ୍ଥିତ ବାସଭବନରେ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି । ଶିକ୍ଷକ ସୋମନାଥ ରାମଙ୍କ ନାମରେ ଏକ ବିଭାଗୀୟ ମାମଲାକୁ ରଫାଦଫା କରିବା ଉଦ୍ଦେଶ୍ୟରେ ଏବିଇଓ ଅଭିମନ୍ୟୁ ସାହୁ ୪୦ ହଜାର ଟଙ୍କା ଦାବି କରିଥିଲେ । ପରବର୍ତ୍ତୀ ସମୟରେ ୧୦ ହଜାର ଟଙ୍କା ଦେବାକୁ ଶିକ୍ଷକ ରାଜି ହେବା ସହିତ ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ। ଶିକ୍ଷକ ରାମ୍‌ ବୁଧବାର ୧୦ ହଜାର ଟଙ୍କା ଦେବା ସମୟରେ ଭିଜିଲାନ୍ସ ବିଭାଗ ପକ୍ଷରୁ ପୂର୍ବ ପ୍ରସ୍ତୁତି ଅନୁଯାୟୀ ଚଢ଼ାଉ କରାଯାଇ ଏବିଇଓ ସାହୁଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । ବାଲେଶ୍ୱର ଭିଜିଲାନ୍ସ ବିଭାଗ କେସ୍‌ ନଂ୧୧/୨୧ରେ ଏକ ମାମଲା ରୁଜୁ କରି ଏବିଇଓଙ୍କୁ ଗିରଫ କରିବା ସହ ଘଟଣାର ତଦନ୍ତ ଜାରି ରଖିଥିବା ଖବର ବାଲେଶ୍ୱର ଭିଜିଲାନ୍ସ ବିଭାଗ ଅତିରିକ୍ତ ଏସ୍‌ପି ପରମେଶ୍ୱର କିଷାନ୍‌ ସୂଚନା ଦେଇଛନ୍ତି।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close