ନୂଆପଡାରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର;୦୮/୧୧(ବ୍ୟୁରୋ): ନୂଆପଡାରେ ଭିସି ଜରିଆରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆପଡାର ୧ ଲକ୍ଷ ୭୨ ହଜାରରୁ ଅଧିକ ଲୋକ ସ୍ମାର୍ଟ ହେଲଥ କାର୍ଡ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏହାସହ ସେଠାରେ ୪୭୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରାଯାଇଛି। ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଏହି କାର୍ଡରେ ସୁବିଧା ପାଇବେ ବୋଲି ଜଣାପଡ଼ିଛି। ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଏହି କାର୍ଡରେ ମିଳିବ । ଏହି ନୂଆ ବ୍ୟବସ୍ଥାରେ ହିତାଧିକାରୀଙ୍କୁ କୌଣସି କାଗଜପତ୍ର ଦେବାକୁ ପଡିବନି । କେବଳ କାର୍ଡ ଦେଖାଇଲେ ଚିକିତ୍ସା ସୁବିଧା ପାଇପାରିବେ ହିତାଧିକାରୀ ବୋଲି ସେ କହିଛନ୍ତି । ଏହି ପରିପ୍ରେକ୍ଷୀରେ ସେ କହିଛନ୍ତି ଯେ ନୂଆପଡା ଏବେ ନୂଆ ପରିଚୟ ନେଇ ଆଗକୁ ବଢୁଛି । ନୂଆପଡାରେ ଏବେ ପ୍ରବଳ ପରିବା ଚାଷ କରାଯାଉଛି ଏବଂ ଏଠାକାର ଚାଷୀ ଅତି ଉନ୍ନତ ପ୍ରଣାଳୀରେ ଚାଷ କାର୍ଯ୍ୟ କରୁଛନ୍ତି ବୋଲି ପ୍ରକାଶ ପାଇଛି।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close