ଜଗା ଦର୍ଶନ ପାଇଁ ଭକ୍ତ ଗଣିବେ ଟଙ୍କା, ଭକ୍ତଙ୍କ ଉପରେ ବୋଝ ଲଦିବ ଶ୍ରୀମନ୍ଦିର ପ୍ରଶାସନ

ପୁରୀ(ବ୍ୟୁରୋ ରିପୋର୍ଟ) : ଆୟ ବଢାଇବାକୁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତ ଏବଂ ଶ୍ରଦ୍ଧାଳୁଙ୍କ ଉପରେ ଭାର ଲଦିଦେବାକୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି । ଜଗା ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ଆଉ ଶ୍ରୀମନ୍ଦିରରେ ମାଗଣା ଦର୍ଶନ ମିଳିବନି । ପ୍ରତିଦିନର ନୀତିକୁ ଦେଖି ପ୍ରଶାସନ ଭିତରକାଠକୁ ଜଗା ଦର୍ଶନ ଲାଗି ପାରମାଣିକ ଟିକେଟ୍ ବ୍ୟବସ୍ଥା କରିବ । ଫଳରେ ନିର୍ଦିଷ୍ଟ ସମୟ ପାଇଁ ଭକ୍ତ ଦେୟଯୁକ୍ତ ଜଗା ଦର୍ଶନ କରିବେ । ଜଗା ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ଆଉ ଶ୍ରୀମନ୍ଦିରରେ ମାଗଣା ମିଳିବନି ଦର୍ଶନ । ପ୍ରତିଦିନର ନୀତିକୁ ଦେଖି ପ୍ରଶାସନ ଭିତରକାଠରୁ ଜଗା ଦର୍ଶନ ଲାଗି ପାରମାଣିକ ଟିକେଟ ବ୍ୟବସ୍ଥା କରିବ । ଫଳରେ ନିର୍ଦ୍ଦିଷ୍ଟ ସମୟ ପାଇଁ ଭକ୍ତ ଦେୟଯୁକ୍ତ ଜଗା ଦର୍ଶନ କରିବେ । ସେହିପରି ଶ୍ରୀମନ୍ଦିର ପରିସରରେ ଥିବା ପବିତ୍ର ସ୍ଥାନଗୁଡ଼ିକୁ ଦର୍ଶନ କରିବାକୁ ହେଲେ ତୀର୍ଥଯାତ୍ରୀଙ୍କୁ “ମାହାଲ’ ଦେବାକୁ ପଡ଼ିବ ।ଏ ନେଇ ଗୁରୁବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଅର୍ଥ ଓ ସଂସ୍ଥା ସବ୍‌କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ । ତେବେ ବୈଠକର ନିର୍ଯାସକୁ ପରିଚାଳନା କମିଟିରେ ଉପସ୍ଥାପିତ କରାଯିବ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ପାରମାଣିକ ଦର୍ଶନ ସମୟ ଓ ଟିକେଟ୍‌ ମୂଲ୍ୟ ଧାର୍ଯ୍ୟ ହେବ ବୋଲି ଶ୍ରୀ ଦାସ କହିଛନ୍ତି । ଏହା ଉପରେ ଜଗନ୍ନାଥ ପ୍ରେମୀ ଓ ଭକ୍ତମାନଙ୍କ ପ୍ରତିକ୍ରିୟା ମିଳିପାରିନାହିଁ l

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close