ଯାଜପୁରର ନୂତନ ଅତିରିକ୍ତ ଜିଲ୍ଲାପାଳଙ୍କ ଯୋଗଦାନ

ଯାଜପୁର, ୩୧ା୧୦ : ଯାଜପୁରର ଅତିରିକ୍ତ ଜିଲ୍ଲାପାଳ ଭାବେ ଦୁଃଖବନ୍ଧୁ ନାୟକ ଯୋଗଦାନ କରିଚ୍ଥନ୍ତି । ଆଜି ସୋମବାର ପୂର୍ବାହ୍ନରେ ଶ୍ରୀ ନାୟକ କାର୍ଯ୍ୟାଳୟରେ ପହଞ୍ଚିବା ସହ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଅକ୍ଷୟ କୁମାର ମଲ୍ଲିକଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ । ପରେ ପରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାୟକ ରସୁଲପୁର ବ୍ଳ୍‌କ ଗସ୍ତ କରି ସେଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠରେ ଯୋଗ ଦେଇଥିଲେ । ସୂଚନାଯୋଗ୍ୟ ଯେ, ପୂର୍ବରୁ କନ୍ଧମାଳ ଜିଲ୍ଲାର ବାଲିଗୁଡା ଊପଖଣ୍ଡରେ ଶ୍ରୀ ନାୟକ ଉପଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ । ନୂତନ ଅତିରିକ୍ତ ଜିଲ୍ଲାପାଳଙ୍କୁ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ସ୍ୱାଗତ କରିଥିଲେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close