ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧% ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର; ୦୯/୧୦ (ଜ୍ୟୋତିରଞ୍ଜନଙ୍କ ଠାରୁ ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧% ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିଛନ୍ତି । ଏହା ଦ୍ଵାରା ରାଜ୍ୟରେ ଥିବା ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକୃତ ହେବେ ବୋଲି ସୂଚନା ମିଳିଛି। ବର୍ଦ୍ଧିତପ୍ରତିଶତ ଅନୁଯାୟୀ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮%ରେ ପହଞ୍ଚିଛି ।
ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ମାସରୁ ପିଛିଲା ଭାବରେ ୧୧% ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ । ଏଥିସହ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟ (ଜିଆଇଏସ୍)ରେ ସଂଶୋଧନ କରିଛନ୍ତି । ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀମାନଙ୍କୁ ଗୋଷ୍ଠୀ ବୀମା ଦେୟ ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ୫୪୦୦ ଓ ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ଜିଆଇଏସ୍ ବାବଦ ଦେୟକୁ ୧୨ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । କର୍ମଚାରୀ ମାନଙ୍କ ପାଇଁ ଜିଆଇଏସ୍ ଏକ ସାମାଜିକ ସୁରକ୍ଷା ଯୋଜନା । ଚାକିରିରେ ଥିବାବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ । ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ଦେଢ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ମୃତ୍ୟୁରେ ୨୫୦୦୦୦ ସହାୟତା ମିଳୁଥିଲା । ବର୍ତ୍ତମାନ ଏହି ସଂଶୋଧିତ ନିଷ୍ପତ୍ତି ଅନୁଯାୟୀ, ଏହି ଯୋଜନାରେ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ସେହିପରି ଅନ୍ତ୍ୟୋଷ୍ଟିକ୍ରିୟା ପାଇଁ ସହାୟତା ରାଶିର ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିବାବେଳେ  ଏହାକୁ ଉଭୟ କ୍ଷେତ୍ରରେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହି ବର୍ଦ୍ଧିତ ଜିଆଇଏସ୍ ଦେୟ ପୂର୍ବ ପରି ୧୦ଟି କିସ୍ତିରେ କର୍ମଚାରୀମାନଙ୍କ ଦରମାରୁ ନିଆଯିବ ବୋଲି ଘୋଷଣା କରାଯାଇଛି।

 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close