କଳିଙ୍ଗନଗର କୁସୁନପୁର ସ୍ଥିତ ମାଉଣ୍ଟ ଲିଟେରା ଜି ସ୍କୁଲରେ ଏକାଦଶ ଶ୍ରେଣୀ ଛାତ୍ର ଛାତ୍ରୀଙ୍କର ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ଯାଜପୁରରୋଡ଼ ; ୦୨/୦୯ ( ବ୍ୟୁରୋ) : ଯାଜପୁର ଜିଲ୍ଲା କଳିଙ୍ଗନଗର କୁସୁନପୁର ସ୍ଥିତ ମାଉଣ୍ଟ ଲିଟେରା ଜି ସ୍କୁଲରେ ଏକାଦଶ ଶ୍ରେଣୀ ଛାତ୍ର ଛାତ୍ରୀଙ୍କର ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ କୋଭିଡ ଗାଇଡ଼ ଲାଇନ ଅନୁସାରେ ଛାତ୍ର ଛାତ୍ରୀ ମାନଙ୍କୁ ପୁଷ୍ପଗୁଚ୍ଛ ସହ ସ୍ୱାଗତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଚେୟାରମ୍ୟାନ ବୁଦ୍ଧଦେବ ରାଉତ,ପ୍ରଶାସନିକ ଅଧିକାରୀ ନିର୍ମଳ କୁମାର ରଣା,ଅଧ୍ୟକ୍ଷ କୋଲାଲ ମିତ୍ର,ଉପାଧ୍ୟକ୍ଷ ସୁକାନ୍ତ କୁମାର ତ୍ରିପାଠୀ, ଏକାଡେମୀକ ମୁଖ୍ୟ ବଲବୀର ସିଂ , ସୋନିଆ ବେଦୀ ଓ ଅଳ୍ପ ସଂଖ୍ୟକ ଅଧ୍ୟାପକ ଅଧ୍ୟାପିକା ମାନଙ୍କ ଉପସ୍ଥିତିରେ ନୂତନ ଛାତ୍ର ଛାତ୍ରୀ ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା। ଉପାଧ୍ୟକ୍ଷ ସୁକାନ୍ତ କୁମାର ତ୍ରିପାଠୀ ଛାତ୍ର ଛାତ୍ରୀ ମାନଙ୍କୁ ନୂତନ ଶିକ୍ଷା ପଦ୍ଧତି ଓ ବିଦ୍ୟାଳୟର ନିୟମ ସମ୍ପର୍କରେ ନିଜ ବକ୍ତବ୍ୟ ମାଧ୍ୟମରେ ଅବଗତ କରାଇଥିଲେ। ପ୍ରଶାସନିକ ଅଧିକାରୀ ନିର୍ମଳ କୁମାର ରଣା ଛାତ୍ର ଛାତ୍ରୀମାନଙ୍କୁ ଶିକ୍ଷାର ଆବଶ୍ୟକତା ଓ ମୌଳିକ ଅଧିକାର ସହ ଅନୁଶାସନର ଗୁରୁମନ୍ତ୍ର ପ୍ରଦାନ କରିଥିଲେ।ଚେୟାରମ୍ୟାନ ବୁଦ୍ଧଦେବ ରାଉତ ଉପସ୍ଥିତ ଛାତ୍ର ଛାତ୍ରୀ ମାନଙ୍କର ଉଜ୍ବଳ ଭବିଷ୍ୟତ କାମନା କରିବା ସହ ଆଶୀର୍ବାଦ ପ୍ରଦାନ କରିଥିଲେ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close