କେନ୍ଦୁଝର ଜିଲ୍ଲା ସୋସୋ ପଞ୍ଚାୟତ ମରଚାଇପଦା ଗ୍ରାମରେ ପାଳିତ ହୋଇଯାଇଛି କୁମାର ଉତ୍ସବ

ହାଟଡ଼ିହି ; ୨୦/୧୦ (ବ୍ୟୁରୋ ) : କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଳକ ସୋସୋ ପଞ୍ଚାୟତ ମରଚାଇପଦା ଗ୍ରାମରେ ପାଳିତ ହୋଇଯାଇଛି କୁମାର ଉତ୍ସବ। କୋଭିଡ କଟକଣା ମଧ୍ୟରେ କୁଆଁରୀ ମାନେ ପାଳିଥିଲେ କୁମାର ପୂର୍ଣ୍ଣିମା। ପ୍ରତି ବର୍ଷ ଧୁମଧାମରେ କୁମାର ପୂର୍ଣ୍ଣିମା ପାଳନ କରାଯାଉଥିବା ବେଳେ କୋଭିଡ କଟକଣା ଥିବାରୁ କିଛିଟା ଫିକା ରହିଥିବା ପରିଲକ୍ଷିତ ହୋଇଛି। ଓଡ଼ିଶାରେ କୁମାର ପୂର୍ଣ୍ଣିମାକୁ ମୁଖ୍ୟତଃ କୁମାରୀ କନ୍ୟାମାନ‌ଙ୍କର ପର୍ବ ରୂପେ ବିବେଚନା କରାଯାଏ । ଏହି ଦିନ କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସ‌ହ ଚନ୍ଦ୍ର ପୂଜା ମଧ୍ୟ କରିଥାନ୍ତି । ଏହା ସ‌ହ ସେମାନେ ସନ୍ଧ୍ୟା ସମୟରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି । ଏହି ଗ୍ରାମର ପୂଜା ସବୁଠୁ ନିଆରା। ଦୂର ଦୁରାନ୍ତରରୁ ଏହି କୁମାର ଉତ୍ସବ ଦେଖିବାକୁ ଦର୍ଶକଙ୍କ ଭିଡ଼ ଜମିଥାଏ। ଏହି ଦିନ ଘରର କୁମାରୀମାନେ ଭୋର୍‌ରୁ ଉଠି ସ୍ନାନାଦି ନିତ୍ୟକର୍ମ ସାରି ନୂତନ ବସ୍ତ୍ର ପରିଧାନ କରିଥାନ୍ତି । ଏହାପରେ ସେମାନେ ଆଞ୍ଜୁଳାରେ ସାତ ପ୍ରକାରର ଫଳ ନେଇ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥାନ୍ତି । ଏହି ପର୍ବରେ କୁମାରୀମାନେ ଦିନସାରା ଉପବାସ କରିଥାନ୍ତି । ଏହିଦିନ କୁମାରୀ ତ‌ଥା ବିବାହିତା ମହିଳାମାନେ ପାଦରେ ଅଳତା ଲଗାଇଥାନ୍ତି । ଅଳତା ହେଉଛି ଭାରତୀୟ ପରମ୍ପରାରେ ଅହିସୁଲକ୍ଷଣୀ ହେବାର ପ୍ରତୀକ । ପ୍ରତ୍ୟକ ପୂଜା ପର୍ବରେ ଭାରତୀୟ ନାରୀମାନେ ଅଳତା ଲଗାଇ ନିଜ ଜୀବନସାଥୀର ଦୀର୍ଘ ଜୀବନ କାମନା କରିଥାନ୍ତି । ସନ୍ଧ୍ୟା ସମୟରେ କୁମାରୀମାନେ ପୁଣି ନୂତନ ବସ୍ତ୍ର ପରିଧାନ କରି ଚନ୍ଦ୍ର ଓ ଚଉରାଙ୍କୁ ପୂଜା କରିଥାନ୍ତି । ଆଜିର ଦିନରେ ବୃନ୍ଦାବତୀଙ୍କ ନିକଟରେ ଘର ପରିବାରର ମଙ୍ଗଳ ମନାସି ପୁଜାଚର୍ଚ୍ଚନା କରାଯାଏ। ନିଜ ଆରାଧ୍ୟ ଦେବତାଙ୍କ ଉଦ୍ଦେଶ୍ୟରେ ଖଇ ଥାଳି ଟେକି ଦେଇ ଝିଅମାନେ ପ୍ରିୟଜନଙ୍କ ସୁଖ ଓ ସମୃଦ୍ଧି କାମନା କରନ୍ତି । ସଂଧ୍ୟାରେ ଚାନ୍ଦ ପୂଜା କରିବାର ପରମ୍ପରା ମଧ୍ୟ ରହିଛି । କୁମାର ପୂର୍ଣ୍ଣିମାରେ ଝିଅମାନେ ବିଭିନ୍ନ ପ୍ରକାର ଖେଳକୁଦରେ ମାତି ଯାଆନ୍ତି । ପୁଚି, ବୋହୁ ବେହାକୁ ଆଉ କବାଡି ଖେଳରେ କମ୍ପି ଉଠେ ଗାଁ ଦାଣ୍ଡ। ଚଳିତ ବର୍ଷ କରୋନା କଟକଣା ପାଇଁ ବିଭିନ୍ନ ଅଂଚଳରେ କୁମାର ଉତ୍ସବ ଫିକା ପଡି ଯାଇଥିଲେ ସୁଦ୍ଧା ପରମ୍ପରା ରକ୍ଷା କରିବାକୁ ଭୁଲି ନାହାନ୍ତି କୁଆଁରୀ। ଏହି ଦିନ ଚାନ୍ଦିନୀକୁ ସାଜ ସଜା କରିବାରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରିଥାନ୍ତି ପ୍ରତ୍ୟେକ ମେଢ଼ ରେ। ସନ୍ଧ୍ୟା ସମୟରେ ପୁରା ଗ୍ରାମ ଆଲୋକ ସଜାରେ ପରିପୂର୍ଣ୍ଣ ଥାଏ କୁଆଁରୀ ମାନେ ଗୀତ ଗାଇ ଗ୍ରାମରେ ଥିବା ସମସ୍ତ ମେଢ଼ ବୁଲିଥାନ୍ତି । ଏହି କୁମାର ଉତ୍ସବ ମରଚାଇପଦା ଓ କାନପୁର ଗ୍ରାମରେ ପ୍ରତିବର୍ଷ ଧୁମଧାମରେ ପାଳନ କରାଯାଇଥାଏ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close