ଶାସ୍ତ୍ରୀୟ ସଙ୍ଗୀତ ଗାୟକ ଦାମୋଦାର ହୋତା ଆରପାରିରେ

ଭୁବନେଶ୍ୱର ; ୦୬/୦୨ (ଜ୍ୟୋତିରଞ୍ଜନ ଙ୍କ ଠାରୁ ) : ଆରପାରିରେ ପଣ୍ଡିତ ଦାମୋଦାର ହୋତା । ପାରମ୍ପରିକ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତ ଗାୟକ ଏବଂ ଗବେଷକ ଦାମୋଦର ହୋତା ଙ୍କ ଶନିବାର ରାତି ପ୍ରାୟ ୧୨ଟା ୧୫ ମିନିଟ୍‌ରେ ସମୟରେ ନୟାପଲ୍ଲୀସ୍ଥିତ ବାସଭବନ ‘ସୀତାରାମ’ ନିବାସରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ହୋଇଥିଲା।ପଣ୍ଡିତ ହୋତା ୧୯୩୫ ମସିହା କାର୍ତ୍ତିକ ଶୁକ୍ଳ ତ୍ରୟୋଦଶୀ ତିଥିରେ ପୁରୀଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଗୋପୀନାଥ ହୋତା ଗୌଡ଼ବାଡ଼ ସାହି ଅଡ଼ଙ୍ଗତିଆଡ଼ି ଯାଗାର ସଭ୍ୟ, ମଲ୍ଲଯୋଦ୍ଧା, ଗାୟକ ଓ ମର୍ଦ୍ଦଳବାଦକ ଥିଲେ । ମାତାଙ୍କ ନାମ ଦଣ୍ଡିମଣି ଦେବୀ । ଶୈଶବ ଅବସ୍ଥାରୁ ସେ ନିଜ ପିତାଙ୍କ ସୁମଧୁର କଣ୍ଠରୁ ଆଖଡ଼ାରେ ପ୍ରଚଳିତ ଓଡ଼ିଶୀ ସଙ୍ଗୀତ ଶୁଣି ଶୁଣି ଶିକ୍ଷା କରିଥିଲେ । ପରବର୍ତ୍ତୀ ସମୟରେ ସିଂହାରୀ ଶ୍ୟାମସୁନ୍ଦର କରଙ୍କ ଶିଷ୍ୟ ପଣ୍ଡିତ ନୃସିଂହନାଥ ଖୁଣ୍ଟିଆଙ୍କ ଠାରୁ ସେ ଉଡ୍ରପଦ୍ଧତି ଆଧାରିତ ଶାସ୍ତ୍ରୀୟ ଓଡ଼ିଶୀ ସଙ୍ଗୀତ ଓ ହିନ୍ଦୁସ୍ତାନୀ ସଙ୍ଗୀତ ଶିକ୍ଷା କରିଥିଲେ । ଗୁରୁ କାଶୀନାଥ ମୁଦୁଲିଙ୍କ ଠାରୁ ସେ ମର୍ଦ୍ଦଳ ଓ ତବଲାବାଦନ ଶିଖିଥିଲେ । ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀଠାରୁ ଆର୍ଥିକ ସହାୟତା ଲାଭକରି ସେ ପଣ୍ଡିତ ଓଁକାର ନାଥ ଠାକୁର ଓ ପଦ୍ମଶ୍ରୀ ବଳବନ୍ତ ରାୟଭଟ୍ଟଙ୍କଠାରୁ ହିନ୍ଦୁସ୍ତାନୀ ସଙ୍ଗୀତରେ ଉଚ୍ଚଶିକ୍ଷା ଲାଭ କରିଥିଲେ । ମୁମ୍ବାଇସ୍ଥିତ ଅଖିଳ ଭାରତୀୟ ଗନ୍ଧର୍ବ ମହାବିଦ୍ୟଳୟରୁ ସେ ଡକ୍ଟରେଟ ମଧ୍ୟ ଲାଭ କରିଥିଲେ । ଓଡ଼ିଶା ତଥା ବାହାରେ ପଣ୍ଡିତ ହୋତା ଜଣେ ଶାସ୍ତ୍ରୀୟ ସଙ୍ଗୀତ ଗବେଷକ, ବିଶେଷ କରି ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତର ଗବେଷକ ଭାବରେ ବେଶ ଆଦୃତ । ତାଙ୍କଦ୍ୱାରା ରଚିତ ୧୭ଖଣ୍ଡ ପୁସ୍ତକ ମଧ୍ୟରୁ ଅନେକ ପୁସ୍ତକ ପାଠ୍ୟପୁସ୍ତକ ଭାବରେ ମଧ୍ୟ ଆଦୃତ ହୋଇଛି । ସେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ମଧ୍ୟ ଶିକ୍ଷାଦାନ କରିଥିଲେ । ତାଙ୍କର ଦେହାନ୍ତ ଖବର ପାଇ କଳା ଜଗତରେ ଶୋକର ଲହରୀ ଖେଳିଯାଇଛି।ତାଙ୍କର ଅବଦାନ ଓଡ଼ିଶା ପାଇଁ ଚିର ସ୍ମରଣୀୟ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close