ଅବସରପ୍ରାପ୍ତ ଆଇଏଏସ୍ ତଥା ଓଡ଼ିଶାର ପ୍ରଥମ ରାଜ୍ୟ ନିର୍ବାଚନ କମିଶନର ଦେବେନ୍ଦ୍ର କୁମାର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର ; ୧୨/୦୨ (ଜ୍ୟୋତିରଞ୍ଜନ ଙ୍କ ଠାରୁ ): ଓଡ଼ିଶାର ପ୍ରଥମ ରାଜ୍ୟ ନିର୍ବାଚନ କମିଶନର ତଥା ଅବସରପ୍ରାପ୍ତ ଆଇଏଏସ୍ ଦେବେନ୍ଦ୍ର କୁମାର ମିଶ୍ରଙ୍କର ଶନିବାର ଦିନ ୧୨ଟା ୩୦ମିନିଟରେ ପରଲୋକ ଘଟିଛି । କରୋନାରୁ ସୁସ୍ଥ ହେବା ପରେ ଅନେକ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ସେ ଭୁବନେଶ୍ୱରସ୍ଥିତ ଆମ୍ରି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ୮୫ବର୍ଷ ବୟସରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ରାଜ୍ୟ ସରକାରଙ୍କ ବହୁ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରିଥିବା ଶ୍ରୀ ମିଶ୍ର ଓଡ଼ିଶାର ପ୍ରଥମ ରାଜ୍ୟ ନିର୍ବାଚନ କମିଶନର ଭାବେ ୧୯୯୪ରୁ ୧୯୯୯ ମସିହା ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ସ୍ୱତନ୍ତ୍ର ସହାୟକ, ଭବାନୀପାଟଣା ଉପଜିଲ୍ଲାପାଳ, ସମ୍ବଲପୁର ଜିଲ୍ଲା ଯୋଗାଣ ଅଧିକାରୀ, ଓଡ଼ିଶା ହ୍ୟାଣ୍ଡଲୁମ୍ ନିଗମର ଜେନେରାଲ ମ୍ୟାନେଜର, ମ୍ୟୁନିସପାଲ ପ୍ରଶାସନର ନିର୍ଦ୍ଦେଶକ ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀରେ ସଫଳତାର ସହ କାର୍ଯ୍ୟ କରିଥିଲେ । ସେ ଭୁବନେଶ୍ୱର ଓ ସୋନପୁରର ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ସଂଗଠନ ସହ ସକ୍ରିୟ ଭାବେ ଜଡ଼ିତ ଥିବା କୁହାଯାଉଛି। ରବିବାର ସକାଳେ ଶ୍ରୀମିଶ୍ରଙ୍କ ମରଶରୀରକୁ ଶହୀଦନଗରସ୍ଥିତ ବାସଭବନରେ ସର୍ବସାଧାରଣଙ୍କ ଶେଷଦର୍ଶନ ପାଇଁ ରଖାଯିବ । ସତ୍ୟନଗର ମଶାଣୀରେ ଦିନ ୧୧ଟା ୩୦ମିନିଟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ପକ୍ଷରୁ ଜଣାପଡ଼ିଛି । ଶ୍ରୀ ମିଶ୍ରଙ୍କ ମୃତ୍ୟୁବେଳକୁ ତାଙ୍କ ପାଖରେ ତାଙ୍କ ପତ୍ନୀ ସୁହାସିନୀ ମିଶ୍ର, ପୁଅ ଅସିତ୍ ମିଶ୍ର ଓ ବୋହୂ ବିଭୂଦତ୍ତ ପଟେଲ ଓ ସାନ ପୁଅ ବ୍ରଜେନ୍ଦ୍ର ଉପସ୍ଥିତ ଥିଲେ । ତାଙ୍କ ବିୟୋଗରେ ଚାରିଆଡେ ଶୋକର ଲହରୀ ଖେଳିଯାଇଛି।

 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close