ବାଗ୍ମୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ସୁସାହିତ୍ୟିକ, ଜଗନ୍ନାଥ ସଂସ୍କୃତିର ଅନନ୍ୟ ଗବେଷକ ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ରଜତ କର ଓଡ଼ିଆ ସାରସ୍ୱତ ଜଗତକୁ ବହୁ ଭାବରେ ସମୃଦ୍ଧ କରିଯାଇଛନ୍ତି । ଭଞ୍ଜ ସାହିତ୍ୟରେ ତାଙ୍କର ଅଗାଧ ପାଣ୍ଡିତ୍ୟ ଥିଲା । ଓଡ଼ିଆ ସଂସ୍କୃତି ଓ ପରମ୍ପରା ବିଶେଷ କରି ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାରରେ ତାଙ୍କର ଅବଦାନ ପାଇଁ ସେ ସବୁବେଳେ ସ୍ମରଣୀୟ ହୋଇ ରହିବେ । ତାଙ୍କ ବିୟୋଗରେ ଓଡିଶା ଜଣେ ସୁଯୋଗ୍ୟ ସନ୍ତାନକୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକ ସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକ ଗତ ଆତ୍ମାର ସଦଗତି କାମନା କରିଛନ୍ତି ।
Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close