ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଯାଜପୁର, ୩୧/୦୫ (ବସନ୍ତ କୁମାର ପାତ୍ରଙ୍କ ଠାରୁ ) : ମଙ୍ଗଳବାର ପୂର୍ବାହ୍ନରେ ବ୍ୟାସ ନଗର ପୌରପାଳିକା ସମ୍ମିଳନୀ ଗୃହରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ସନ୍ତୋଷ କୁମାର ମିଶ୍ର ଅଧ୍ୟକ୍ଷତା କରିବା ସହ ଶିବିରକୁ ଆସୁଥିବା ଅଭିଯୋଗକାରୀ ଙ୍କର ସମସ୍ୟାର ସମାଧାନ ତ୍ୱରାନ୍ୱିତ ପ୍ରକ୍ରିୟାରେ କରିବାକୁ ପରାମର୍ଶ ଦେଇଥିଲେ । ପ୍ରଶାସନକୁ ଲୋକାଭିମୁଖୀ କରିବା ସହ ଆଇନର ପରିସରରେ ସାଧାରଣ ଲୋକଙ୍କର ସମସ୍ୟାର ସମାଧାନ ସଂପନ୍ନ କରିବା ହେଉଚ୍ଥି ଅଭିଯୋଗ ଶୁଣାଣି ଶିବିରର ଆଭିମୁଖ୍ୟ ।ତେଣୁ ପ୍ରତ୍ୟେକ ଦାୟିତ୍ୱର ସହ ଏହାକୁ ନିର୍ବାହ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।ଏହି ଶୁଣାଣିରେ ମୋଟ ୯୨ ଗୋଟି ଅଭିଯୋଗ ମଧ୍ୟରୁ ସାମୁହିକ ୮ ଗୋଟି, ବ୍ୟକ୍ତିଗତ ୮୪ ଗୋଟି ଥିବାବେଳେ. ୦୭ ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠିରୁ ସହାୟତା ପାଇଁ ୦୮ ଗୋଟି ଆବେଦନ ପତ୍ର ମିଳିଥିଲା । ଆବାସ ଯୋଜନା, ଭତ୍ତା ପ୍ରଦାନ, ଚିକିତ୍ସା ସହାୟତା, ଜମିଜମା ସମ୍ୱନ୍ଧୀୟ, ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଂଜିକୃତ ହୋଇଥିଲା । ତତ୍‌କ୍ଷଣାତ୍ ୩୫ ଗୋଟି ଆବେଦନର ସମାଧାନ କରାଯାଇଥିଲା । ଅନ୍ୟ ୪୨ ଗୋଟି ଅଭିଯୋଗର ସମାଧାନ କର୍ତ୍ତୃପକ୍ଷ ଅଧିକାରୀ ମାନଙ୍କ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଗଲା ।ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଲ ପି.ଆର.,ଉପଖଣ୍ଡ ଆରକ୍ଷୀ ଅଧିକାରୀ ଚିନ୍ମୟ କୁମାର ନାୟକ,ଏପିଡି ରଶ୍ମିରେଖା ପ୍ରଧାନ, ବ୍ୟାସନଗର ପୈାର ନିର୍ବାହୀ ଅଧିକାରୀ ଅଶୋକ କୁମାର ରାଊତ, ଜିଲ୍ଲା ସଂସ୍କୃତି ଅଧିକାରୀ ଦୁର୍ଯ୍ୟୋଧନ ମଲ୍ଲିକ, ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ତିଳୋତ୍ତମା ପୃଷ୍ଟି ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ନିରଞ୍ଜନ କର, ଜିଲ୍ଲା ଶିକ୍ଷାଧିକାରୀ ରଞ୍ଜନ କୁମାର ଗିରି ଓ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close