ବରିଷ୍ଠ ଅଧିକାରୀସ୍ତରରେ ଅଦଳବଦଳ

ଭୁବନେଶ୍ୱର ; ୦୧/୦୬ (ଜ୍ୟୋତି ରଞ୍ଜନଙ୍କ ଠାରୁ) : ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ)ର ବରିଷ୍ଠ ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁଯାୟୀ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ନିବେଦିତା ମିଶ୍ର ଉଚ୍ଚଶିକ୍ଷା ନିର୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ଅନୁଗୋଳ ଡିଆରଡିଏର ପ୍ରକଳ୍ପ ନିର୍ଦେଶକ ଦିଲୀପ କୁମାର ସାହୁଙ୍କୁ ଇପିଏମ ନିର୍ଦେଶକ ଭାବେ ନିଯୁକ୍ତ କରାଯାଇଥିବା ବେଳେ ଅବକାରୀ ବିଭାଗ ଅତିରିକ୍ତ ସଚିବ ପ୍ରମୋଦ କୁମାର ମିଶ୍ରଙ୍କୁ ଓଡ଼ିଶା ଲୋକସେବା ଆୟୋଗର ସଚିବ, ଯାଜପୁର ଏଡିଏମ ମିହିର ପ୍ରସାଦ ମିଶ୍ରଙ୍କୁ ଅବକାରୀ ବିଭାଗ ଅତିରିକ୍ତ ସଚିବ ଏବଂ ଲଳିତ ମୋହନ ବେହେରାଙ୍କୁ ଅନୁଗୋଳ ଡିଆରଡିଏର ପ୍ରକଳ୍ପ ନିର୍ଦେଶକ ଭାବେ ବଦଳି କରାଯାଇଥିବା ସୂଚନା ମିଳିଛି।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close