କଳିଙ୍ଗନଗର ଠାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

ଯାଜପୁର,୦୮/୦୮ (ନି ପ୍ର ) : ସୋମବାର ପୂର୍ବାହ୍ନରେ କେ.ଏନ୍‌.ଡି.ଏ. ସମ୍ମିଳନୀ ଗୃହ, କଳିଙ୍ଗନଗର ଠାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଯାଜପୁର ଜିଲ୍ଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରିବା ସହ କହିଲେ ଯେ, ଅଭିଯୋଗ ଏବଂ ସମସ୍ୟାର ସମାଧାନ କୈାଣସି ପ୍ରଶାସନର ଅଂଶ ବିଶେଷ । ଏହି ଅଭିଯୋଗ ଶୁଣାଣି ପ୍ରକ୍ରିୟାର ଉଦ୍ଦେଶ୍ୟ ହେଉଚ୍ଥି ଲୋକ ମାନଙ୍କ ସମସ୍ୟା କିମ୍ୱା ଅଭିଯୋଗ ଗୁଡିକର ତ୍ୱରିତ ସମାଧାନ କରି ପରିଚାଳନାରେ ସ୍ଥିରତା, ସ୍ୱଚ୍ଚ୍ଥତା ଏବଂ ନ୍ୟାୟକୁ ଉତ୍ସାହିତ କରିବା । ପଂଳରେ ପ୍ରଶାସନ ଜନ ସାଧାରଣଙ୍କ ନିକଟରେ ଉତ୍ତରଦାୟୀ ହେବା ସହ ଏକ ଦକ୍ଷ ଓ ପ୍ରଭାବଶାଳୀ ଅଭିଯୋଗ ସମାଧାନ ପ୍ରଣାଳୀ ପ୍ରତିଷ୍ଠା ହୋଇପାରିବ । ଏହି ଶୁଣାଣିରେ ମୋଟ ୩୦ ଗୋଟି ଅଭିଯୋଗ ମଧ୍ୟରୁ ୨୬ ଗୋଟି ବ୍ୟକ୍ତିଗତ, ୧୦ ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠିରୁ ସହାୟତା ପାଇଁ ୦୭ ଗୋଟି, ସାମୁହିକ ୦୪ ଗୋଟି ଆବେଦନ ପତ୍ର ମିଳିଥିଲା । ତତ୍‌କ୍ଷଣାତ୍ ୧୮ ଗୋଟି ଆବେଦନର ସମାଧାନ କରାଯାଇଥିଲା । ଅବଶିଷ୍ଟ ଅଭିଯୋଗର ସମାଧାନ କର୍ତ୍ତୃପକ୍ଷ ଅଧିକାରୀ ମାନଙ୍କୁ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଗଲା । ପ୍ରକାଶ ଥାଉ କି, ଅଗଷ୍ଟ ୧୬ ତାରିଖ ମଙ୍ଗଳବାର ଦଶରଥପୁର ବ୍ଳ୍‌କ କାର୍ଯ୍ୟାଳୟ ଠାରେ, ଅଗଷ୍ଟ ୨୨ ତାରିଖ ସୋମବାର ବଡଚଣା ବ୍ଳ୍‌କ କାର୍ଯ୍ୟାଳୟ ଏବଂ ୨୯ ତାରିଖ ସୋମବାର ବରୀ ବ୍ଳ୍‌କ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ ବୋଲି ଜିଲ୍ଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ବିଭାଗୀୟ ପତ୍ର ମାଧ୍ୟମରେ ଅବଗତ କରାଇଚ୍ଥନ୍ତି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଲ ପି.ଆର., ଜିଲ୍ଲା ପରିଷଦର ପ୍ରମୁଖ ନିର୍ବାହୀ ଅଧିକାରୀ ଅଶୋକ କୁମାର ବେହୁରିଆ, ଅତିରିକ୍ତ ଜିଲ୍ଳ୍‌ାପାଳ(ରାଜସ୍ୱ) ଅକ୍ଷୟ କୁମାର ମଲ୍ଲିକ, କଳିଙ୍ଗ ନଗର ଅତିରିକ୍ତ ଜିଲ୍ଲାପାଳ ସନ୍ତୋଷ କୁମାର ମିଶ୍ର, ସହକାରୀ ଜିଲ୍ଲାପାଳ ତଥା ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ତିଳୋତ୍ତମା ପୃଷ୍ଟି , ଜିଲ୍ଲା ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ସୁଧାଂଶୁ ଶେଖର ବଳ, ଜିଲ୍ଲା ମଙ୍ଗଳ ଅଧିକାରୀ ବୁ୍‌ଦ୍ଧଦେବ ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁବାସ ଚନ୍ଦ୍ର ସାମଲ, ସହକାରୀ ନିର୍ଦ୍ଦେଶକ, ପର୍ଯ୍ୟଟ୍ଟନ ହିମାଳୟା ତ୍ରିପାଠୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରବିନ୍ଦ୍ର ନାଥ ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ନିରଂଜନ କର, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ, ଶଶିଧର ସିଂ, ଉଠା ଜଳସେଚନ ନିଗମର ନିର୍ବାହୀ ଯନ୍ତ୍ରୀ ଅରୁଣ କୁମାର ସାହୁ, କୋରାଇ ସି.ଡି.ପି.ଓ. ଶକୁନ୍ତଳା ନାୟକ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସରୋଜ କୁମାର ଶତପଥୀ, ଜିଲ୍ଲା ଯୋଗାଣ ଅଧିକାରୀ ସଲାଉଚ୍ଚିନ ଖାଁ ଓ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close