ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଲଗାଇବା ସମୟସୀମା ପୁଣି ବୃଦ୍ଧି

ଭୁବନେଶ୍ୱର; ୩୧/୧୦ (ଜ୍ୟୋତି ରଞ୍ଜନ ଙ୍କ ଠାରୁ ): ପୁଣି ଥରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଲଗାଇବା ସମୟସୀମାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ନମ୍ବର ପ୍ଲେଟର ଡେଡଲାଇନ ପ୍ରସଙ୍ଗକୁ ନେଇ ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିବା ସହ ରାଜ୍ୟ ସରକାରଙ୍କୁ ଜବାବ ମାଗିଥିଲେ । ୨୦୧୯ ମସିହା ପୂର୍ବରୁ ପଞ୍ଜୀକୃତ ସମସ୍ତ ଗାଡ଼ିରେ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ ପ୍ଲେଟ (ଏଚଏସଆରପି) ଲଗାଇବାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଥିଲେ । ଅକ୍ଟୋବର ୧ ତାରିଖ ଠାରୁ ଏହାର ଯାଞ୍ଚ କରାଯାଇ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯିବ ବୋଲି କୁହାଯାଇଥିଲା । ଯେଉଁମାନେ ଅନଲାଇନ୍ ବୁକିଂ କରିବା ସହ ସ୍ଲିପ ପାଖରେ ରଖିଥିବେ ସେମାନେ ଚେକିଂରୁ ରକ୍ଷା ପାଇପାରିବେ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା । କିନ୍ତୁ ଆଉ ମାସେ ବୃଦ୍ଧି କରିବାକୁ ପରିବହନ ବିଭାଗ ନିଷ୍ପତ୍ତି ନେଇଛି । ଶେଷ ଅଙ୍କ ୧,୨,୩,୪ ଥିଲେ, ସେଥିରେ ନଭେମ୍ବର ୩୦ ମଧ୍ୟରେ ଏଚଏସଆରପି ନମ୍ବର ପ୍ଲେଟ୍ ଲାଗିବ । ସେହିପରି ଶେଷ ଅଙ୍କ ୫,୬ ଥିଲେ, ସେଥିରେ ଡିସେମ୍ବର ୩୧ ମଧ୍ୟରେ ଏଚଏସଆରପି ନମ୍ବର ପ୍ଲେଟ୍ ଲାଗିବ । ଶେଷ ଅଙ୍କ ୭,୮ ଥିଲେ ସେଥିରେ ଜାନୁଆରୀ ୩୧ ମଧ୍ୟରେ ଏଚଏସଆରପି ନମ୍ବର ପ୍ଲେଟ୍ ଲାଗିବ । ଶେଷ ଅଙ୍କ ୦ କିମ୍ବା ୯ ଥିଲେ, ସେଥିରେ ଫେବ୍ରୁଆରୀ ୨୮ ମଧ୍ୟରେ ଏଚଏସଆରପି ନମ୍ବର ପ୍ଲେଟ୍ ଲାଗିବ ।

 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close