ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବରୀ ବ୍ଳକରେ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଯାଜପୁର;୨୭/୦୩(ନି ପ୍ର ): ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର ପୂର୍ବାହ୍ନରେ ବରୀ ବ୍ଳ୍‌କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ଏବଂ ଆରକ୍ଷୀ ଅଧିକ୍ଷକ ଭିନୀତ ଅଗ୍ରୱାଲଙ୍କ ଦ୍ୱାରା ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଚ୍ଥି । ଊକ୍ତ ଜନ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ  ଦୁଖବନ୍ଧୁ ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଅଶୋକ କୁମାର ବେଉରିଆ, ଡେପୁଟି କଲେକ୍ଟର, ଅଭିଯୋଗ ନଭ କିଶୋର ନାୟକ, ବି.ଡି.ଓ, ବରୀ ନମିତା ବାରିକ, ତହସିଲଦାର, ବରୀ ତିଳୋତ୍ତମା ପୃଷ୍ଟି, ଜିଲ୍ଲା ଶିକ୍ଷା ଅଧିକାରୀ ରଂଜନ କୁମାର ଗିରି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ନିରଂଜନ କର, ଜିଲ୍ଲା ସମାଜ ସୁରକ୍ଷା ଅଧିକାରୀ ରବିନାରାୟଣ ବେହେରା, ଜିଲ୍ଲା ମଙ୍ଗଳ ଅଧିକାରୀ ଶରତ ଚନ୍ଦ୍ର ବେହେରାଙ୍କ ସମେତ ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ଅଧିକାରୀ ଏବଂ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
    ଏହି ଅଭିଯୋଗ ପ୍ରକୋଷ୍ଠକୁ ସମୁଦାୟ ୫୬ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୪୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୦ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୦୩ ଗୋଟି ଅଭିଯୋଗ ଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୦୬ ଗୋଟି ଅଭିଯୋଗ ଥିଲା । ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଯୋଗ ସ୍ଥଳରେ ୧୯ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ ।

 

 

 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close