ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଦାନଗଦୀ ବ୍ଳକରେ ମିଳିତ ଅଭିଯୋଗ ଶୁଣାଣୀ

ଯାଜପୁର, ୨୪ା୦୪: ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ପୂର୍ବାହ୍ନରେ ଦାନଗଦୀ ବ୍ଳ୍‌କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ଏବଂ ଆରକ୍ଷୀ ଅଧିକ୍ଷକ ଭିନୀତ ଅଗ୍ରୱାଲଙ୍କ ଦ୍ୱାରା ବ୍ଳକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଚ୍ଥି । ଊକ୍ତ ଜନ ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶୋକ କୁମାର ବେଉରିଆ, ଅତିରିକ୍ତ ଜିଲ୍ଲାପାଳ, କଳିଙ୍ଗନଗର ସନ୍ତୋଷ କୁମାର ମିଶ୍ର, ବି.ଡି.ଓ, ଦାନଗଦୀ, ଶାରଦା ପ୍ରସନ୍ନ ପଣ୍ଡା, ତହସିଲଦାର, ଦାନଗଦୀ ନମ୍ରତା ମୋଦି, ଡେପୁଟି କଲେକ୍ଟର, ଅଭିଯୋଗ ପ୍ରପୁଂଲ ଚନ୍ଦ୍ର ମିଶ୍ର, ଅବକାରୀ ଅଧିକ୍ଷକ ଏଲ୍‌.କେ. ଜେନା, ଜିଲ୍ଲା ଶ୍ରମ ଅଧିକାରୀ ସନ୍ତୋଷ କୁମାର ମହାନ୍ତି, ଜିଲ୍ଲା ସମାଜ ସୁରକ୍ଷା ଅଧିକାରୀ ରବିନ୍ଦ୍ର ନାଥ ବେହେରା, ଜିଲ୍ଲା ପଂଚାୟତ ଅଧିକାରୀ ଅଶୋକ କୁମାର ସେଠୀ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ଅଧିକାରୀ ଏବଂ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
   ଆଜିର ଅଭିଯୋଗ ପ୍ରକୋଷ୍ଠକୁ ସମୁଦାୟ ୨୫ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୨୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୨ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୦୬ ଗୋଟି ଅଭିଯୋଗ ଥିବା ବେଳେ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୦୪ ଗୋଟି ଅଭିଯୋଗ ଥିଲା । ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଯୋଗ ସ୍ଥଳରେ ୧୦ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ । ପଂଜିକୃତ ହୋଇଥିବା ୦୧ ଗୋଟି ଅଭିଯୋଗର ଅଭିଯୋଗକାରୀ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ ।
ଉକ୍ତ ଶିବିରରେ ଜିଲ୍ଲାର ବରିଷ୍ଠ ପଦାଧିକାରୀବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ, ସଂପୃକ୍ତ ବ୍ଳକର ବି.ଡି.ଓ ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ସହଯୋଗ କରିଥିଲେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close