ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ କେ.ଏନ୍‌.ଡି.ଏ ସମ୍ମିଳନୀ ଗୃହରେ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ଯାଜପୁର, ୨୧ା୦୮ା୨୦୨୩: ଆଜି ପୂର୍ବାହ୍ନରେ କେ.ଏନ୍‌.ଡି.ଏ ସମ୍ମିଳନୀ ଗୃହ, କଳିଙ୍ଗନଗର ଠାରେ ମିଳିତ ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାର ସମସ୍ତ ଅଧିକାରୀମାନେ ସହୃଦୟତାର ସହ ଅଭିଯୋଗ ଗୁଡିକର ସମାଧାନ ଦିଗରେ ଆଗେଇ ଆସିଥିଲେ । ଜନ ଶୁଣାଣି ଶିବିର ଏକ ପ୍ରକୃଷ୍ଟ ମାଧ୍ୟମ ଯାହାଦ୍ୱାରା କି ପ୍ରଶାସନ ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ଏକ ଊତ୍ତମ ସଂପର୍କର ସେତୁ ସୃଷ୍ଟି ହୁଏ ବୋଲି ଜିଲ୍ଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ଅଭିଯୋଗ ଶୁଣାଣିରେ ଅଧ୍ୟକ୍ଷତା କରି ଏହା କହିଚ୍ଥନ୍ତି । ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଭିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ, କଳିଙ୍ଗନଗର ସନ୍ତୋଷ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଅଶୋକ କୁମାର ବେଉରିଆ, ଡେପୁଟି କଲେକ୍ଟର, ଅଭିଯୋଗ ପ୍ରପୁଂଲ ଚନ୍ଦ୍ର ମିଶ୍ର, ବି.ଡି.ଓ, କୋରାଇ ରଂଜନ କୁମାର ପରିଡା, ତହସିଲିଦାର, ବ୍ୟାସନଗର ଅଶୋକ କୁମାର ମାଝି, ଅଧିକ୍ଷଣ ଯନ୍ତ୍ରୀ(ବିଦ୍ୟୁତ) ଅନନ୍ତ ବିଶୋଇ, ପ୍ରକଳ୍ପ ନିର୍ଦ୍ଦେଶକ, ଜଳଚ୍ଥାୟା ପ୍ରଦୀପ କୁମାମ ପଟ୍ଟନାୟକ, ଜିଲ୍ଳ୍‌ା ସମାଜ ସୁରକ୍ଷା ଅଧିକାରୀ ରବିନ୍ଦ୍ର ନାଥ ବେହେରା, ଜିଲ୍ଳ୍‌ା ମଙ୍ଗଳ ଅଧିକାରୀ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଳ୍‌ା ଶିକ୍ଷା ଅଧକାରୀ କୃତିବାସ ବାରିକ, ମୁଖ୍ୟ ଜିଲ୍ଳ୍‌ା କୃଷି ଅଧିକାରୀ, ଯାଜପୁର ଉଦିପ୍ତ କୁମାର ତ୍ରିପାଠୀ, ଜିଲ୍ଳ୍‌ା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀ, ଡା. ଶ୍ରୀନିବାସ କର, ଜିଲ୍ଳ୍‌ା ଶିଶୁ ସୁରକ୍ଷା ଅଧିକାରୀ ନିରଂଜନ କର, ସୁରକ୍ଷା ଅଧିକାରୀ, ଜିଲ୍ଳ୍‌ା ସମାଜ ମଙ୍ଗଳ, ଯାଜପୁର ସଂଯୁକ୍ତା ଘଡାଇ, ଜିଲ୍ଳ୍‌ା ଶ୍ରମ ଅଧିକାରୀ ସନ୍ତୋଷ କୁମାର ମହାନ୍ତି, ଜିଲ୍ଳ୍‌ା ବେସାମରିକ ଯୋଗାଣ ଅଧିକାରୀ ସେକ୍ ସଲାଉଦ୍ଦିନ ଖାଁଙ୍କ ସମେତ ଅନ୍ୟାନ୍ୟ ଜିଲ୍ଳ୍‌ା ସ୍ତରୀୟ ଅଧିକାରୀମାନେ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ କରିଥିଲେ ।

                           ଆଜିର ଏହି ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୬୪ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୫୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୪ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୦୬ ଗୋଟି ଅଭିଯୋଗ ଥିବାବେଳେ ଜିଲ୍ଳ୍‌ା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୨୦ ଗୋଟି ଅଭିଯୋଗ ଥିଲା । ଶିବିର ପ୍ରକୋଷ୍ଠରେ ଜିଲ୍ଳ୍‌ାପାଳ ଶ୍ରୀ ରାଠୋର ୨୮ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ । ପଂଜିକୃତ ହୋଇଥିବା ଅଭିଯୋଗ ମଧ୍ୟରୁ ୦୫ ଗୋଟି ଅଭିଯୋଗର ଅଭିଯୋଗକାରୀମାନେ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ । ପ୍ରକାଶଥାଉକି, ଆସନ୍ତା ଅଗଷ୍ଟ ୨୮ ତାରିଖ ସୋମବାର ଦଶରଥପୁର ବ୍ଳ୍‌କ କାର୍ଯ୍ୟାଳୟ ଠାରେ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଶିବିରମାନଙ୍କରେ ଜିଲ୍ଳ୍‌ାର ବରିଷ୍ଠ ପଦାଧିକାରୀ ବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଏବଂ ସଂପୃକ୍ତ ବ୍ଳକର ବି.ଡି.ଓ ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ଜିଲ୍ଳ୍‌ାପାଳଙ୍କୁ ସହଯୋଗ ପ୍ରଦାନ କରିବେ ବୋଲି କୁହାଯାଇଛି ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close