ଟାଟା ଷ୍ଟିଲ୍ କଳିଙ୍ଗନଗର ଓ ଜିଲ୍ଲା ପୁଲିସ ସହଯୋଗରେ ‘ସାଇବର ସୁରକ୍ଷା ଅଭିଯାନ’ ଅନୁଷ୍ଠିତ l
From Childhood & till date I am fond of to do Social Works, Plantation Works, helps others who need especially Labouerers, Poors, trying to keep up Environment good etc……………I am fighting to give Social Justice who depends me & strongly working against Corruptions. I am emphasized on collective works. Patriotism & Honest Labour is my Motto……Jay Bharat
ଯାଜପୁର (କଳିଙ୍ଗନଗର) :- ଟାଟା ଷ୍ଟିଲ୍ କଳିଙ୍ଗନଗର (ଟିଏସ୍) ପକ୍ଷରୁ ଯାଜପୁର ପୁଲିସ ସହଯୋଗରେ ଏହାର ହାଉସିଂ କମ୍ପ୍ଲେକ୍ସରେ ସାଇବର ନିରାପତା ଉପରେ ଏକ ସଚେତନତା ଅଧିବେଶନ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି ।ଏହି ଅଧବେଶନରେ ବିଭିନ୍ନ ଶିଳ୍ପ, ସ୍ଥାନୀୟ ସମୁଦାୟ ଏବଂ ଟାଟା ଷ୍ଟିଲର ପରିବାର ସଦସ୍ୟଙ୍କ ସମେତ ପ୍ରାୟ ୨୦୦ ଲୋକ ଅଂଶଗ୍ରହଣ କରିଥିଲେ ।
ଏହି ଅଧିବେଶନରେ କଳିଙ୍ଗନଗର ଏଏସ୍ପି ଏସ୍ ଟପୋ , ଟିଏସ୍କେର ଏଚ୍ଆରବିପି ମୁଖ୍ୟ ୟଶବନ୍ତ ପାଣ୍ଡେ, ଯଖପୁରା ଆଇଆଇସି ରଞ୍ଜନ କୁମାର ପ୍ରଧାନ ଓ ଯାଜପୁର ସାଇବର୍ ସେଲ୍ ଟିମ୍ ସଦ୍ୟସ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଟିଏସ୍କେର ସୁରକ୍ଷା ବିଭାଗର ମୁଖ୍ୟ ମୁକୁଲ କୁମାର, ଟାଟା ଷ୍ଟିଲ୍ର ଅନ୍ୟ ଅଧିକାରୀ ଏବଂ ଜେଏସ୍ଡବ୍ଲୁ, ଜେଏସ୍ଏଲ,ଭିସା ଷ୍ଟିଲ, ଏନ୍ଆଇଏନ୍ଏଲ, ଏଫ୍ଏପି, ଯାଜପୁର ଏବଂ ଅନ୍ୟାନ୍ୟ ଶିଳ୍ପ ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ଥିଲେ ।
ଏହି ଅଧିବେଶନରେ ସାଇବର ଅପରାଧ ଘଟାଇବା ପାଇଁ ଠକମାନେ ବ୍ୟବହାର କରୁଥିବା କୌଶଳ, ଯେଉଁଥରେ ସୋସିଆଲ ମିଡିଆ ଠକେଇ, ୟୁପିଆଇ ଠକେଇ, ଏଟିଏମ୍ ଠକେଇ, ଅନଲାଇନ ବ୍ୟାଙ୍କି କାରବାର ଇତ୍ୟାଦି ବିଷୟ ଉପରେ ଆଲୋଚନା କରାଯାଇଥିଲା । ଏହି ଅବସରରେ ସାଇବର ଠକେଇ ରୋକିବା ପାଇଁ ବିଭିନ୍ନ ଉପାୟ ବୁଝାଇବା ପାଇଁ ଏକ ନୁକ୍ଡ୍ ନାଟକର ଆୟୋଜନ କରାଯାଇଥିଲା ।(ରିପୋର୍ଟ – ଉମାକାନ୍ତ ମହାପାତ୍ର)