ରଘୁବର ଦାସଙ୍କୁ ଓଡ଼ିଶାର ନୂତନ ରାଜ୍ୟପାଳ ଦାୟିତ୍ଵ ପ୍ରଦାନ

ଭୁବନେଶ୍ୱର;୧୯/୧୦ (ଜ୍ୟୋତି ରଞ୍ଜନଙ୍କ ଠାରୁ ): ବୁଧବାର ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ରଘୁବର ଦାସଙ୍କୁ ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି । ଏ ନେଇ ରଘୁବର ବର୍ତ୍ତମାନ ରାଜ୍ୟପାଳ ଥିବା ଗଣେଶୀ ଲାଲଙ୍କ ସ୍ଥାନ ନେବେ । ରଘୁବର ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେହିପରି ଇନ୍ଦ୍ରସେନ ରେଡ୍ଡୀ ଲାଲୁଙ୍କୁ ତ୍ରିପୁରା ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି । ଅବିଭକ୍ତ ବିହାରରେ ଜନ୍ମଗ୍ରହଣ କରିଥିବା ରଘୁବର ଜାମସେଦପୁର କୋପୋରେଟିଭ୍ କଲେଜରୁ ଶିକ୍ଷାଲାଭ କରିଥିଲେ । ୧୯୮୦ ମସିହାରେ ବିଜେପିର ଗଠନ ବେଳେ ରଘୁବର ଦଳର ପ୍ରତିଷ୍ଠାତା ସଦସ୍ୟ ଥିଲେ । ପୂର୍ବ ଜାମସେଦପୁର ଆସନରୁ ୧୯୯୫ରେ ପ୍ରଥମ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଏହି ଆସନରୁ ସେ ୨୦୧୯ ଯାଏ କ୍ରମାଗତ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୯ରେ ସେ ଝାଡ଼ଖଣ୍ଡର ଉପମୁଖମନ୍ତ୍ରୀ ଦାୟିତ୍ଵ ନିର୍ବାହ କରିଥିଲେ । ୨୦୧୪ରୁ ୨୦୧୯ ଯାଏ ସେ ଝାଡ଼ଖଣ୍ଡର ଷଷ୍ଠ ତଥା ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ଏହା ପୂର୍ବରୁ ସେ ଝାଡ଼ଖଣ୍ଡ ବିଜେପିର ଦୁଇ ଥର ରାଜ୍ୟ ସଭାପତି ଥିଲେ । ବର୍ତ୍ତମାନ ସେ ଜାତୀୟ ବିଜେପିର ଉପସଭାପତି ପଦରେ ଅଛନ୍ତି ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close