ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ଯାଜପୁର,୦୨/୨୪: ପ୍ରଶାସନ ଜନସାଧାରଣଙ୍କ ନିକଟରେ ପହଂଚିି ସେମାନଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡିକର ସମାଧାନ କରିବା ଅଭିଯୋଗ ଶୁଣାଣି ପ୍ରକୋଷ୍ଠର ପ୍ରଧାନ ଲକ୍ଷ୍ୟ ଅଟେ । ଏଣୁ ଅଭିଯୋଗ ପ୍ରକୋଷ୍ଠରେ ଯୋଗ ଦେଉଥିବା ଜିଲ୍ଲା ସମସ୍ତ ଅଧିକାରୀମାନେ ନିଷ୍ଠା ଓ ସହୃଦୟତାର ସହ କାର୍ଯ୍ୟ ସଂପାଦନ କଲେ ଜିଲ୍ଲା ପ୍ରଶାସନର ଅଭିଯୋଗ ଶୁଣାଣି ପ୍ରକ୍ରିୟା ତ୍ୱରାନ୍ୱିତ ହେବା ସହ ଜନସାଧାରଣମାନେ ଅଧିକରୁ ଅଧିକ ଅଭିଯୋଗ ପ୍ରକୋଷ୍ଠରୁ ଲାଭବାନ ହୋଇପାରିବେ ବୋଲି ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଚକ୍ରୱର୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରି ଊପରୋକ୍ତ ବିଷୟ ପ୍ରକାଶ କରିଛନ୍ତି । ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଚକ୍ରୱର୍ତୀ ସିଂହ ରାଠୋର ଏବଂ ଆରକ୍ଷୀ ଅଧିକ୍ଷକ ଭିନୀତ ଅଗ୍ରୱାଲ ନୂତନ ବର୍ଷର ଆଜିର ଏହି ମିଳିତ ଜନ ଅଭିଯୋଗ ଶୁଣାଣିରେ ଉପସ୍ଥିତ ରହି ସମସ୍ତ ଅଧିକାରୀ ଓ କର୍ମଚାରୀ ମାନଙ୍କର ଶୁଭ କାମନା କରିବା ସହ ଜିଲ୍ଲାବାସୀଙ୍କ ସୁଖ ସମୃଦ୍ଧି କାମନା କରିଥିଲେ । ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଶୁଭେନ୍ଦ୍ର କୁମାର ସାମଲ, ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଅଶୋକ କୁମାର ବେହୁରିଆ, ଉପ-ଜିଲ୍ଲାପାଳ ଗୋପୀନାଥ କୁଅଁର, ମଣ୍ଡଳ ଊନ୍ନୟନ ଅଧିକାରୀ, ଯାଜପୁର ସୈାରଭ ଚକ୍ରବର୍ତୀ, ଯାଜପୁର ଅତିରିକ୍ତ ତହସିଲଦାର ଅଜୟ କୁମାର ପଣ୍ଡା ମଂଚାସୀନ ଥିବାବେଳେ ଡେପୁଟୀ କଲେକ୍ଟର, ସାଧାରଣ ଓ ବିବିଧ, ଶାଶ୍ୱତୀ ସୁଡୁଆଲ, ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ଇଂ କ୍ଷେତ୍ର ମୋହନ ସାହୁ, ଅଧିକ୍ଷଣ ଯନ୍ତ୍ରୀ, ଜଳ ନିଷ୍କାସନ ଖଣ୍ଡ ଇଂ ଦିଲିପ ନନ୍ଦନ ମହାପାତ୍ର, ଅଧିକ୍ଷଣ ଯନ୍ତ୍ରୀ, ଜଳସେଚନ, ଜାରକା ଖଣ୍ଡ ଇଂ କାମଦେବ ଦାସ, ପ୍ରକଳ୍ପ ନିର୍ଦ୍ଦେଶକ, ଜଳଛାୟା ପ୍ରଦୀପ କୁମାର ପଟ୍ଟନାୟକ, ଅଧିକ୍ଷଣ ଯନ୍ତ୍ରୀ, ରାସ୍ତା ଓ କୋଠାବାଡି, ପାଣିକୋଇଲି ଇଂ ପୂର୍ଣ୍ଣଚନ୍ଦ୍ର ଦଳାଇ, ଅଧିକ୍ଷଣ ଯନ୍ତ୍ରୀ ଜଳସେଚନ, ଯାଜପୁର ଖଣ୍ଡ ଶରତ ଚନ୍ଦ୍ର ଘଡାଇ, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ନିର୍ମାଣ, ଯାଜପୁର ଖଣ୍ଡ-୧ ଇଂ ଜ୍ଞାନ ରଂଜନ ନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଯାଜପୁର ଡା. ଶିବାଶିଷ ମହାରଣା, ନିର୍ବାହୀ ଅଧିକାରୀ, ପୌର ପରିଷଦ, ଯାଜପୁର ସୂର୍ଯ୍ୟମଣି ପାଟ୍ଟଯୋଶୀ, ଜିଲ୍ଲା ଶିକ୍ଷା ଅଧିକାରୀ ନିବେଦିତା ପାଣି, ମୁଖ୍ୟ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ଶ୍ରୀନିବାସ କର, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଉଦିପ୍ତ କୁମାର ତ୍ରିପାଠୀ, ଅବକାରୀ ଅଧିକ୍ଷକ ଅମରେନ୍ଦ୍ର କୁମାର ଜେନା, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି, ଯାଜପୁର ରାଧାଶ୍ୟାମ ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ନିରଂଜନ କର, ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ମହାନ୍ତି, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ସୋନାଲି ବେହେରା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରବିନ୍ଦ୍ର ନାଥ ବେହେରା, ଜିଲ୍ଲା ମଙ୍ଗଳ ଅଧିକାରୀ ଶରତ ଚନ୍ଦ୍ର ବେହେରା, ସହକାରୀ ନିବନ୍ଧକ, ସମବାୟ ସମିତି, ଯାଜପୁର ଶରତ ଚନ୍ଦ୍ର ମଲ୍ଳ୍‌ିକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମଂଜୁଲତା ନାୟକ, ଜିଲ୍ଲା ମତ୍ସ୍ୟ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ରାଊତ, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ସଲ୍ଳାଉଦ୍ଦିନ ଖାଁ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ ।
ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୭୭ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୩୦ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୧୫ ଗୋଟି ଅଭିଯୋଗ ଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୨୦ ଗୋଟି ଅଭିଯୋଗ ଥିଲା । ଶିବିର ପ୍ରକୋଷ୍ଠରେ ଜିଲ୍ଲା ପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ରାଠୋର ୪୦ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ । ପଂଜିକୃତ ହୋଇଥିବା ଅଭିଯୋଗ ମଧ୍ୟରୁ ୧୨ ଗୋଟି ଅଭିଯୋଗର ଅଭିଯୋଗକାରୀମାନେ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ । ପ୍ରକାଶ ଥାଉକି, ଜାନୁଆରୀ ମାସ ୦୮ ତାରିଖ ସୋମବାର କୋରେଇ ବ୍ଳ୍‌କ କାର୍ଯ୍ୟାଳୟ ଠାରେ, ୧୬ ତାରିଖ ମଙ୍ଗଳବାର ରସୁଲପୁର ବ୍ଳ୍‌କ କାର୍ଯ୍ୟାଳୟ ଠାରେ, ୨୨ ତାରିଖ ସୋମବାର ଦଶରଥ ପୁର ବ୍ଳ୍‌କ କାର୍ଯ୍ୟାଳୟ ଠାରେ, ୨୯ ତାରିଖ ସୋମବାର ଧର୍ମଶାଳା ବ୍ଳ୍‌କ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଶିବିର ମାନଙ୍କରେ ଜିଲ୍ଲାର ବରିଷ୍ଠ ପଦାଧିକାରୀ ବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଏବଂ ସଂପୃକ୍ତ ବ୍ଳକର ବି.ଡି.ଓ. ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ଜିଲ୍ଲାପାଳଙ୍କୁ ସହଯୋଗ ପ୍ରଦାନ କରିଥିଲେ ।

 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close