ସେବା ମନୋଭାବ ନେଇ କାର୍ଯ୍ୟ କଲେ ଅଂଶୁଘାତର ମୁକାବିଲା ସହଜ ଓ ସରଳ ହେବ

ଯାଜପୁର,୦୭/୦୩(ଉ. ନ୍ୟୁଜ୍ ବ୍ୟୁରୋ): ଅଂଶୁଘାତ ଓ ପ୍ରଚଣ୍ଡ ରୈାଦ୍ରତାପର ମୁକାବିଲା ଏକ ସାମୁହିôକ ଦାୟିତ୍ୱ । ଏହାକୁ ସେବା ମନୋଭାବ ନେଇ କାର୍ଯ୍ୟ କରିବା ଉଚିତ । ବ୍ୟାପକ ଜନ ସଚେତନତା ଓ ବିଭିନ୍ନ ବିଭାଗର ସଠିକ ପରିଚାଳନା ଏହାର ମୁକାବିଲାରେ ସହାୟକ ହେବ ବୋଲି ଅତିରିକ୍ତ ଜିଲ୍ଳ୍‌ାପାଳ ଶ୍ରୀ ନବକ୍ରିଷ୍ଣ ଜେନା ମତ ପ୍ରକାଶ କରିଚ୍ଥନ୍ତି । ଗତକାଲି ଅପରାହ୍ନରେ ଜିଲ୍ଳ୍‌ା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଳା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ଆନୁକୂଲ୍ୟରେ ରୈାଦ୍ରତାପ, ଅଂଶୁଘାତ, ଜଳ ଓ ବିଜୁଳି କଷ୍ଟ ନିବାରଣ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲ୍ଳ୍‌ାପାଳ ଶ୍ରୀ ନବକ୍ରିଷ୍ଣ ଜେନା ଲୋକ ମାନଙ୍କୁ ସଚେତନ କରାଇବା ପାଇଁ ବିଭିନ୍ନ ଜନ ଗହଳିପୂର୍ଣ୍ଣ ସ୍ଥାନ ଓ କାର୍ଯ୍ୟାଳୟ ମାନଙ୍କରେ ଅଶୁଘାତ ସଚେତନତା ସମ୍ପର୍କିତ ବ୍ୟାନର, ହୋଡିଂ, ପୋଷ୍ଟର ଇତ୍ୟାଦି ଲଗାଯିବା, ସାମାଜିକ ଗଣମାଧ୍ୟମରେ ସଚେତନତା ବାର୍ତା ପ୍ରଦାନ କରିବା, ଲୋକମାନେ ପ୍ରଚଣ୍ଡ ଖରାରେ ଅତି ଆବଶ୍ୟକ ନ ହେଲେ ବାହାରକୁ ନ ବାହାରିବା, ବାହାରକୁ ବାହାରୁଥିଲେ ପାଣି ବୋତଲ, ଚ୍ଥତା, ଜୋତା, କଳା ଚଷମା ଇତ୍ୟାଦି ବ୍ୟବହାର କରିବା ସଂପର୍କରେ ସଚେତନ କରାଇବାକୁ ପରାମର୍ଶ ଦେଇଥିଲେ । ଜଳଚ୍ଥତ୍ର ମାନଙ୍କରେ ରଖାଯାଇଥିବା ପାଣିକୁ ବିଶୁଦ୍ଧ ଭାବେ ରଖିବା, ଜନ ଗହଳିପୂର୍ଣ୍ଣ ସ୍ଥାନ ମାନଙ୍କରେ ସିନ୍‌ଟେକ୍ସ ଟ୍ୟାଙ୍କ ମାଧ୍ୟମରେ ପାନୀୟ ଜଳ ରଖିବାକୁ ସେ ପରାମର୍ଶ ଦେଇଥିଲେ । ଗ୍ରାମ୍ୟ ଜଳ ଯୋଗାଣ ବିଭାଗ, ବ୍ଳ୍‌କ ପ୍ରଶାସନ, ଜନସ୍ୱାସ୍ଥ୍ୟ ବିଭାଗ ଓ ପୈାର ପ୍ରଶାସନ ପାନୀୟ ଜଳ ଯୋଗାଣ ପାଇଁ ତତ୍ପର ହେବା ସହ ଅଚଳ ନଳକୂପ ଓ ପାଇପ୍ ଲାଇନ୍ ଗୁଡିକୁ ଯୁଦ୍ଧକାଳୀନ ଭିତିରେ ମରାମତି କରିବା, ଅଧିକ ସଂଖ୍ୟକ ଟ୍ୟାଙ୍କର ଯୋଗାଡ କରି ରଖିବା ସହ ଜଳ ସମସ୍ୟା ସମ୍ପର୍କିତ ଯେଭଳି କୈାଣସି ଅଭିଯୋଗ ନ ଆସେ ପଂଚାୟତ ଓ ବ୍ଳ୍‌କ ସ୍ତରରେ ସେବା ଉପଲବ୍ଧ କରାଇ ନିୟମିତ ଭାବେ ଯାଂଚକରି ପଦକ୍ଷେପ ନେବା, ବିଭିନ୍ନ ଜନଗହଳି ସ୍ଥାନ ମାନଙ୍କରେ ବିଗତ ବର୍ଷ ମାନଙ୍କ ଭଳି ପାନୀୟ ଜଳ ସେବା କେନ୍ଦ୍ର ଖୋଲିବା, ଜିଲ୍ଳ୍‌ା ଜରୁରୀ ବିଭାଗ ତରପଂରୁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବା, ବ୍ଳ୍‌କ, ତହସିଲ ଓ ଅନ୍ୟାନ୍ୟ ଲାଇନ୍ ଡିପାର୍ଟମେଣ୍ଟ ମାନେ ଅନୁରୂପ ଭାବେ ନିୟନ୍ତ୍ରଣ କକ୍ଷ ଖୋଲିବା, ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପର୍ଯ୍ୟାପ୍ତ ପରିମାଣରେ ଓ.ଆର୍‌.ଏସ୍‌. ପ୍ୟାକେଟ୍ ସହ ଅଂଶୁଘାତ ଚିକିତ୍ସା କକ୍ଷ ବ୍ୟବସ୍ଥା କରିବା, ବରପଂ, ଏସି ରୁମ୍‌, କୁଲର ବ୍ୟବସ୍ଥା କରିବା, ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ପଶୁ ମାନଙ୍କ ପାଇଁ ଗାଁର ପ୍ରବେଶ ପଥରେ ନଳକୂପ ଥିବା ସ୍ଥାନ ମାନଙ୍କରେ ଜଳ କୁଣ୍ଡର ବ୍ୟବସ୍ଥା କରିବା, ଶ୍ରମିକମାନେ ଦିନ ୧୧ ଟାରୁ ଅପରାହ୍ନ ୩ ଘଟିକା ପର୍ଯ୍ୟନ୍ତ କାର୍ଯ୍ୟ ବନ୍ଦ ରଖିବା, କାର୍ଯ୍ୟ କରୁଥିବା ସ୍ଥାନରେ ପାନୀୟ ଜଳ, ଓ.ଆର.ଏସ୍‌. ଇତ୍ୟାଦିର ବ୍ୟବସ୍ଥା କରିବା, ମଧ୍ୟାହ୍ନ ସମୟରେ ବସ୍ ଚଳାଚଳ ବନ୍ଦ ରଖିବା, ବସ୍‌ରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ, ବରଫ ଇତ୍ୟାଦି ବ୍ୟବସ୍ଥା କରିବା, ଶିକ୍ଷାନୁଷ୍ଠାନ ଗୁଡିକ ସରକାରୀ ଘୋଷଣା ଅନୁସାରେ କ୍ଳ୍‌ାସ କରିବା ପାଇଁ ବୈଠକରେ ଆଲୋଚନା ହୋଇଥିଲା । ସେହିପରି ପ୍ରତ୍ୟେକ ବ୍ୟକ୍ତି ବିଶେଷ ନିଜ ଘରର ଚ୍ଥାତ ବା ଖୋଲା ସ୍ଥାନ ମାନଙ୍କରେ ପକ୍ଷୀ ଓ ପଶୁ ମାନଙ୍କ ପାଇଁ ଜଳପୂର୍ଣ୍ଣ ପାତ୍ର ରଖିବାକୁ ଅନୁରୋଧ କରାଯାଇଥିଲା । କେନାଲ ମାନଙ୍କରେ ଜଳ ଯୋଗାଣ କରିବାକୁ ଜଳସେଚନ ବିଭାଗ ଓ ବରିଷ୍ଠ ଅଧିକାରୀ ମାନଙ୍କୁ ଶିକ୍ଷାନୁଷ୍ଠାନ, ଚିକିତ୍ସାଳୟ, ଅଙ୍ଗନୱାଡି କେନ୍ଦ୍ର ଗୁଡିକୁ ପରିଦର୍ଶନ ସହ ସଠିକ ପରିଚାଳନା ସମୀକ୍ଷା ପାଇଁ ପରାମର୍ଶ ଦିଆଯାଇଥିଲା । ଶିଳ୍ପ ସଂସ୍ଥା ମାନେ ଏହି ସମୟରେ ବିଭିନ୍ନ ସ୍ଥାନରେ ଜଳ ଯୋଗାଣ ଓ ପାନୀୟ ଜଳ ସେବା କେନ୍ଦ୍ର ଖୋଲିବା ପାଇଁ ଅନୁରୋଧ କରାଯାଇଥିଲା । ଏହି ବୈଠକକୁ ଜିଲ୍ଳ୍‌ା ଜରୁରୀ ଅଧିକାରୀ ସଂଚାଳନ କରିଥିବା ବେଳେ ଅନ୍ୟାନ୍ୟ ଜିଲ୍ଳ୍‌ା ସ୍ତରୀୟ ଅଧିକାରୀ, ସମସ୍ତ ତହସିଲଦାର, ବି.ଡି.ଓ. ଓ ଅନ୍ୟାନ୍ୟ ଅଧିକାରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close