ଜିଲ୍ଲା ପ୍ରଶାସନ ପକ୍ଷରୁ ଦାନଗଦୀ ବ୍ଲକ କାର୍ଯ୍ୟାଳୟ ଠାରେ ମିଳିତ ଅଭିଯୋଗ ଶୁଣାଣୀ

ଯାଜପୁର, ତା ୧୨ା୦୩(ଉ.ନ୍ୟୁଜ ବ୍ୟୁରୋ): ପ୍ରଶାସନ ଜନସାଧାରଣଙ୍କ ନିକଟରେ ପହଂଚି ସେମାନଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡିକର ସମାଧାନ କରିବା ଅଭିଯୋଗ ଶୁଣାଣି ପ୍ରକୋଷ୍ଠର ପ୍ରଧାନ ଲକ୍ଷ୍ୟ ଅଟେ । ଏଣୁ ଅଭିଯୋଗ ପ୍ରକୋଷ୍ଠରେ ଯୋଗ ଦେଉଥିବା ଜିଲ୍ଲାର ସମସ୍ତ ଅଧିକାରୀମାନେ ନିଷ୍ଠା ଓ ସହୃଦୟତାର ସହ କାର୍ଯ୍ୟ ସଂପାଦନ କଲେ ଜିଲ୍ଲା ପ୍ରଶାସନର ଅଭିଯୋଗ ଶୁଣାଣି ପ୍ରକ୍ରିୟା ତ୍ୱରାନ୍ୱିତ ହେବା ସହ ଜନସାଧାରଣମାନେ ଅଧିକରୁ ଅଧିକ ଅଭିଯୋଗ ପ୍ରକୋଷ୍ଠରୁ ଲାଭବାନ ହୋଇପାରିବେ ବୋଲି ଆଜି ପୂର୍ବାହ୍ନରେ ଦାନଗଦୀ ବ୍ଲକ କାର୍ଯ୍ୟାଳୟ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଡା. ଶୁଭଙ୍କର ମହାପାତ୍ର ଅଧ୍ୟକ୍ଷତା କରି ଉପରୋକ୍ତ ବିଷୟ ପ୍ରକାଶ କରିଚ୍ଥନ୍ତି । ଏହି ମିଳିତ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଡା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଭିନୀତ ଅଗ୍ରୱାଲଙ୍କ ଅଧ୍ୟକ୍ଷତା ଓ ସହଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ଜନ ଅଭିଯୋଗ ଶୁଣାଣିରେ କଳିଙ୍ଗ ନଗର ଅତିରିକ୍ତ ଜିଲ୍ଲାପାଳ ଲଙ୍କେଶ୍ୱର ଅମାତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅଶୋକ କୁମାର ବେହୁରିଆ, ସହକାରୀ ଜିଲ୍ଲାପାଳ ସ୍ୱାଗତିକା ଦାଶ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଏସ୍‌. ଟପୋ, ଦାନଗଦୀ ବି.ଡି.ଓ. ଶାରଦା ପ୍ରସନ୍ନ ପଣ୍ଡା, ଦାନଗଦୀ ତହସିଲଦାର ଅଶୋକ କୁମାର ତ୍ରିପାଠୀ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ଅଧିକ୍ଷଣ ଯନ୍ତ୍ରୀ ଯାଜପୁର ଇଂ.କ୍ଷେତ୍ରମୋହନ ସାହୁ, ଜଳ ନିଷ୍କାସନ ଖଣ୍ଡ ଅଧିକ୍ଷଣ ଯନ୍ତ୍ରୀ ଦିଲିପ ନନ୍ଦନ ମହାପାତ୍ର, ରାସ୍ତା ଓ କୋଠାବାଡି ପାଣିକୋଇଲି ଅଧିକ୍ଷଣ ଯନ୍ତ୍ରୀ ଇଂ ପୂର୍ଣ୍ଣ ଚନ୍ଦ୍ର ଦଳାଇ, ଜଳଚ୍ଥାୟା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଦୀପ କୁମାର ପଟ୍ଟନାୟକ, ଯାଜପୁର ଜିଲ୍ଲାର ଉଦ୍ୟାନ କୃଷି ସହକାରୀ ନିର୍ଦ୍ଦେଶକ ରାଧାଶ୍ୟାମ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଶିବାଶିଷ ମହାରଣା, ଏଡିପିଏଚ୍‌ଓ ଡା. ଏସ୍‌.ପି. ସାହୁ, ଜିଲ୍ଲା ଶିକ୍ଷା ଅଧିକାରୀ ନିବେଦିତା ପାଣି, ଯାଜପୁର ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଉଦିପ୍ତ କୁମାର ତ୍ରିପାଠୀ, ଯାଜପୁର ଅଗ୍ରଣୀ ବ୍ୟାଙ୍କ ପରିଚାଳକ ଦିଲିପ କୁମାର ଭୂୟାଁ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, ଜିଲ୍ଲା ମଙ୍ଗଳ ଅଧିକାରୀ ଶରତ ଚନ୍ଦ୍ର ବେହେରା, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ସଲାଉଦ୍ଦିନ ଖାଁ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ । ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୭୪ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୩୦ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୯ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୩୫ ଗୋଟି ଅଭିଯୋଗ ଆସିଥିଲା । ଶିବିର ପ୍ରକୋଷ୍ଠରେ ୩୯ ଗୋଟି ଅଭିଯୋଗର ଜିଲ୍ଲାପାଳ ଡା. ମହାପାତ୍ର ତ୍ୱରିତ ସମାଧାନ କରିଥିଲେ । ଏହି ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା । ପ୍ରକାଶ ଥାଉ କି, ମାର୍ଚ୍ଚ ମାସ ୧୮ ତାରିଖ ସୋମବାର ବଡଚଣା ବ୍ଳ୍‌କ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close