ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବଢିଲା ସର୍ବନିମ୍ନ ମଜୁରୀ

ଭୁବନେଶ୍ୱର,(ଉ. ନ୍ୟୁଜ୍ ବ୍ୟୁରୋ): ରାଜ୍ୟ ସରକାର ଚଳିତ ମାସ ୧୪ ତାରିଖରେ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି । ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ୱାରା ଉପକୃତ ହେବେ । ଯଦିଓ ପୂର୍ବରୁ ବର୍ଷରେ ଦୁଇଥର ଯଥାକ୍ରମେ ଏପ୍ରିଲ ୧ ଓ ଅକ୍ଟୋବର ୧ରେ ଶ୍ରମିକମାନଙ୍କର ଦରମା ବୃଦ୍ଧି କରାଯାଏ । କିନ୍ତୁ ଚଳିତ ବର୍ଷ ନିର୍ବାଚନ ଥିବାରୁ ଏହାକୁ ଲକ୍ଷ୍ୟ କରି ଶ୍ରମିକମାନଙ୍କର ଉନ୍ନତି ନିମନ୍ତେ ଏହା ଜାନୁଆରୀ ୧୫ ତାରିଖରୁ ଲାଗୁ କରାଯାଇଛି । ଅଣକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ, କୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକ ମାନଙ୍କ କ୍ଷେତ୍ରରେ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ଲକ୍ଷ ଲକ୍ଷ ଶ୍ରମିକ ଉପକାର ପାଇବେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close