ବରିଷ୍ଠ ବି.ଜେ.ଡ଼ି ନେତା ଦାମ ରାଉତଙ୍କ ବିୟୋଗରେ ‘ଉଦୟବଟ’ ତରଫରୁ ଶୋକ

ବ୍ୟାସନଗର,(. ନ୍ୟୁଜ୍ ବ୍ୟୁରୋ): ଆରପାରିରେ ଓଡ଼ିଶା ରାଜନୀତିର ମହାଦ୍ରୁମ ତଥା ବାକ୍ୟ ବାଣ ଭାବେ ପରିଚିତ ଡାକ୍ତର ଦାମୋଦର ରାଉତ । ତାଙ୍କ ବିୟୋଗରେ ବ୍ୟାସନଗରସ୍ଥିତ ‘ଉଦୟବଟ’ କାର୍ଯ୍ୟାଳୟରେ ଦୁର୍ଲ୍ଲଭ କଳା ପରିଷଦ ମଣ୍ଡପ ଠାରେ ଏହାର ସମ୍ପାଦକ ଶ୍ରୀଯୁକ୍ତ ଦୁଷ୍ମନ୍ତ କୁମାର ରାଉତଙ୍କ ଆବାହକତ୍ୱରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି । ଆଜି ଭୋର ୫ଟା ୨୩ ମିନିଟରେ ଏହି ବର୍ଷୀୟାନ ନେତାଙ୍କ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ଦୀର୍ଘ ଦିନ ଧରି କିଡନୀ ଜନିତ ସମସ୍ୟା ସହ ଜୁଝୁଥିବା ଦାମୋଦର ରାଉତ ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ଅକ୍ସିଜେନ୍ ସାଚୁରେସନ କମିବା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା । ଘରୋଇ ହସ୍ପିଟାଲକୁ ନେବା ଭିତରେ ବ୍ରେନକୁ ବ୍ଲଡ ଓ ଅକ୍ସିଜେନ୍ ସପ୍ଲାଇ କମିଯାଇଥିଲା ବୋଲି କହିଛନ୍ତି ଦାମ ରାଉତଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ । ଘରୋଇ ହସ୍ପିଟାଲରେ ପହଞ୍ଚିବା ପରେ ତାଙ୍କୁ ସିପିଆର୍ ଦିଆଯାଇଥିଲା ଏବଂ ହାର୍ଟ କାର‌୍ୟ୍ୟକ୍ଷମ ହୋଇଥିଲା । ତେବେ ମସ୍ତିଷ୍କରେ ଗୁରୁତର କ୍ଷତି ହୋଇଥିବାରୁ ସେ ପ୍ରାୟତଃ ବ୍ରେନଡେଡ୍ ସ୍ଥିତିରେ ବୋଲି କହିଥିଲେ ପୁଅ ସମ୍ବିତ । ସ୍ୱର୍ଗତ ରାଉତଙ୍କ ଚିକିତ୍ସା ନିମନ୍ତେ ଡାକ୍ତରୀ ଟିମ୍ ନିୟୋଜିତ ହୋଇଥିଲେ । ମାତ୍ର ଶତଚେଷ୍ଟା ସତ୍ତ୍ୱେ ସେ ଆଜି ଭୋରରୁ ଆଖି ବୁଜିଥିବା ଜଣାଯାଇଛି । ସ୍ୱର୍ଗତ ରାଉତଙ୍କ ମରଶରୀରକୁ ଆଜି ପ୍ରଥମେ ୟୁନିଟ ୬ସ୍ଥିତ ସରକାରୀ ବାସଭବନକୁ ନିଆଯିବ । ଏହାପରେ ତାଙ୍କୁ ବିଜେଡି କାର‌୍ୟ୍ୟାଳୟକୁ ନିଆଯିବ । ସେଠାରେ ପାର୍ଟି କାର‌୍ୟ୍ୟକର୍ତ୍ତା ଦାମଙ୍କ ଶେଷ ଦର୍ଶନ କରିବେ। ଏହାପରେ ମରଶରୀରକୁ ବିଧାନସଭାକୁ ନିଆଯିବ । ସେଠାରେ ବିଧାୟକମାନେ ତାଙ୍କ ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିବେ । ସେଠାରୁ ଦାମଙ୍କ ମରଶରୀରକୁ ପାରାଦୀପ ନିର୍ବାଚନ ମଣ୍ଡଳୀକୁ ନିଆଯିବ । ଏହାପରେ ରାତିରେ ପୁରୀରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ଦାମ ରାଉତଙ୍କ ରାଜନୈତିକ କ୍ୟାରିଅର ୭ ଥରର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଦାମ ରାଉତ ୧୯୭୭ ମସିହାରେ ପ୍ରଥମ ଥର ପାଇଁ ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୮୦ ମସିହାରେ ଜନତା ଦଳ ସେକୁଲାରରୁ ସେ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୯୫ ମସିହାରେ ପରାଜିତ ହୋଇଥିବା ଦାମ ୨୦୦୦ ମସିହାରୁ ୨୦୧୯ ମସିହା ପର‌୍ୟ୍ୟନ୍ତ ବିଜୁ ଜନତା ଦଳରୁ ନିର୍ବାଚିତ ହୋଇଥିଲେ । ୫ ଥର ଏରସମା ଓ ୨ ଥର ପାରାଦ୍ୱୀପରୁ ନିର୍ବାଚିତ ହୋଇଥିଲେ ଦାମ । ବିଜୁ ଓ ନବୀନ ସରକାରରେ ୭ରୁ ଅଧିକ ବିଭାଗର ମନ୍ତ୍ରୀ ପଦ ସମ୍ଭାଳି ଥିଲେ ଦାମ । ୨୦୧୭ ମସିହାରେ ବିଜୁ ଜନତା ଦଳରୁ ବହିଷ୍କାର ହୋଇଥିବା ଦାମ ଏହା ପରେ ବିଜେପିରେ ଯୋଗଦେଇଥିଲେ । ୨୦୧୯ ମସିହାରେ ବାଲିକୁଦାରୁ ବିଜେପି ଟିକେଟରୁ ଲଢ଼ି ପରାଜୟ ବରଣ କରିଥିଲେ ଦାମ । ଗତ ଜାନୁଆରୀରେ ବିଜେଡି ପକ୍ଷରୁ ତାଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରାଯାଇଥିଲା । ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତରାଜକୁ ସୁଦୃଢ କରିବାରେ ଦାମ ରାଉତରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। ସେ ପଞ୍ଚାୟତିରାଜ ତଥା କୃଷି ବିଭାଗ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ । ଦାମ ରାଉତଙ୍କ ବିୟୋଗ ଖବର ପ୍ରଚାରିତ ହେବା କ୍ଷଣି ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ଦାମଙ୍କ ବିୟୋଗରେ ରାଜ୍ୟ ଜଣେ ଦକ୍ଷ ରାଜନେତାଙ୍କୁ ହରାଇଲା ବୋଲି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ସୂଚନା ଦେଇଛନ୍ତି । ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ‘ଉଦୟବଟ’ର କାର୍ଯ୍ୟକାରୀ ସମ୍ପାଦିକା ବିଦ୍ୟୁତ୍‌ପ୍ରଭା ରାୟ, ସାମ୍ବାଦିକ ଉମାକାନ୍ତ ମହାପାତ୍ର, ସୁଶାନ୍ତ କୁମାର ବେହେରା, ସନାତନ ପାତ୍ର, ସୁମନ କୁମାର ରାୟ, ପ୍ରଫୁଲ୍ଲ ବାରିକ ଓ ସୁମିତ୍ରା ମିଶ୍ର ପ୍ରମୁଖ ଯୋଗଦେଇ ତାଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ପ୍ରାର୍ଥନା କରିଥିଲେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close