ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ସ୍କୁଲ ସମୟରେ ପରିବର୍ତ୍ତନ

ଭୁବନେଶ୍ୱର; ୩୧/୦୩(ଜ୍ୟୋତି ରଞ୍ଜନଙ୍କ ଠାରୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି । ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା  ପର୍ଯ୍ୟନ୍ତ ଜାରି ରହିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି । ରାଜ୍ୟ ସରକାରଙ୍କ ଅତିରିକ୍ତ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର କହିଛନ୍ତି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲ ସମୟ ପରିବର୍ତ୍ତନ କରାଯାଇଛି ।ବିଦ୍ୟାଳୟଗୁଡ଼ିକରେ ଆଗାମୀ ଏପ୍ରିଲ ୨ ତାରିଖ ଠାରୁ ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ପାଠପଢ଼ା ହେବ । ଏହି ସମୟରେ ସୁରକ୍ଷିତ ପାନୀୟ ଜଳ, ଓଆରଏସ୍‌ ପ୍ୟାକେଟ୍‌ ଓ ଅନ୍ୟ ଆବଶ୍ୟକତୀୟ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଶ୍ରୀ ମହାପାତ୍ର କହିଛନ୍ତି ଯେ, ଜିଲ୍ଲାପାଳମାନେ ନିଜ ନିଜ ଜିଲ୍ଲାରେ ପାଗର ସ୍ଥିତି ଦେଖି ବିଦ୍ୟାଳୟ ଖୋଲିବା ନେଇ ନିଷ୍ପତ୍ତି ନେଇପାରିବେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close