୨୫୦ ପୋଲିଂ ପାର୍ଟି ଅନ୍ତିମ ଦିବସରେ ଚୁଡାନ୍ତ ପର୍ଯ୍ୟାୟ ପ୍ରଶିକ୍ଷଣ ନେଲେ ଏବଂ ପୋଷ୍ଟାଲ ବାଲାଟରେ ଭୋଟ ଦେଲେ


ଯାଜପୁର,୨୮/୦୫(ଉ. ନ୍ୟୁଜ୍ ବ୍ୟୁରୋ): ଆସନ୍ତା ଜୁନ୍ ୧ ତାରିଖରେ ଯାଜପୁର ଜିଲ୍ଲାରେ ଏକକାଳୀନ ୦୮-ଯାଜପୁର(ସଂରକ୍ଷିତ) ଲୋକସଭା ଆସନ, ୪୮-ବିଂଝାରପୁର (ସଂରକ୍ଷିତ) ବିଧାନସଭା ଆସନ ୪୯-ବରୀ, ୫୦-ବଡଚଣା ୫୧-ଧର୍ମଶାଳା, ୫୨-ଯାଜପୁର, ୫୩-କୋରେଇ ଏବଂ ୫୪-ସୁକିନ୍ଦା ବିଧାନସଭା ଆସନ ନିମନ୍ତେ ମତଦାନ ଅନୁଷ୍ଠିତ ହେବ । ଗତକାଲି ସକାଳ ୭ ଘଟିକା ଠାରୁ ଅପରାହ୍ନ ୩ ଘଟିକା ପର୍ଯ୍ୟନ୍ତ ଏନ୍‌.ସି. କଲେଜ ଠାରେ ଚତୁର୍ଥ ତଥା ଅନ୍ତିମ ଦିବସରେ ୫୪-ସୁକିନ୍ଦା ବିଧାନସଭା ଆସନ ନିମନ୍ତେ ୨୫୦ ପୋଲିଂ ପାର୍ଟି ଅନ୍ତର୍ଭୁକ୍ତ ୧୬୯୦ ପୋଲିଂ କର୍ମଚାରୀ ଚୁଡାନ୍ତ ପ୍ରଶିକ୍ଷଣ ନେଇଚ୍ଥନ୍ତି । ନିର୍ବାଚନ କାର୍ଯ୍ୟରେ (ପୋଲିଂ ପାର୍ଟି) ଜିଲ୍ଲାର କର୍ମଚାରୀ ମାନଙ୍କ ନିମନ୍ତେ ପୋଷ୍ଟାଲ ବାଲାଟରେ ମତଦାନ ସାବ୍ୟସ୍ତ କରିବା ପାଇଁ ୭ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୭ ଗୋଟି ମତଦାନ କକ୍ଷ କରାଯାଇ ଲୋକସଭା ଏବଂ ବିଧାନସଭାରେ ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀ ମାନଙ୍କ ନିମନ୍ତେ ଭୋଟ ଗ୍ରହଣ ନିଆଯାଇଥିଲା । ପୋଷ୍ଟାଲ ବାଲାଟ ଭୋଟରମାନେ ଭୋଟ ଦେଇ ବନ୍ଦ ଲପାଂପାକୁ ଲୋକସଭା ଓ ବିଧାନସଭା ପାଇଁ ପୃଥକ ବାକ୍ସରେ ପକାଇଥିଲେ । ଏହି ଭୋଟଦାନ ପ୍ରକ୍ରିୟାକୁ ସୁଚାରୁ ରୂପେ ସଂପାଦନ ନିମନ୍ତେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ନିଖିଲ ପବନ କଲ୍ୟାଣଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଭୋଟଦାନ କକ୍ଷରେ ନିଯୁକ୍ତ ସହକାରୀ ରିଟର୍ଣ୍ଣି ଅପିଂସର, ଆଟେଷ୍ଟିଂ ଅପିଂସର, ପୋଲିଂ ଅପିଂସର ଏବଂ ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀ ମାନଙ୍କ ଏଜେଣ୍ଟ ମାନଙ୍କ ଉପସ୍ଥିତିରେ ପୋଷ୍ଟାଲ ବାଲାଟ ଭୋଟିଂ ସଂପାଦିତ ହୋଇଥିଲା । ୧୦୮୦ ଭୋଟର ଲୋକସଭା ଓ ବିଧାନସଭା ନିମନ୍ତେ ପୋଷ୍ଟାଲ ବାଲାଟରେ ନିଜର ମତଦାନ ସାବ୍ୟସ୍ତ କରିଚ୍ଥନ୍ତି । ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ପ୍ରଶିକ୍ଷଣ ନେଇଥିବା ସମସ୍ତ ପୋଲିଂ କର୍ମଚାରୀ ବୁଥ୍ ମାନଙ୍କରେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶମତେ ମତଦାନ କାର୍ଯ୍ୟ ସପଂଳ ଭାବେ ସଂପାଦିତ କରି ଯାଜପୁର ଜିଲ୍ଲାକୁ ଓଡିଶାରେ ଦୃଷ୍ଟାନ୍ତ ସୃଷ୍ଟି କରିବାକୁ ଆହ୍ୱାନ ଦେଇଚ୍ଥନ୍ତି । ଏହି ପ୍ରଶିକ୍ଷଣ କାର୍ଯ୍ୟରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ନବକ୍ରିଷ୍ଣ ଜେନା, ଅତିରିକ୍ତ ଜିଲ୍ଲାପାଳ, କଳିଙ୍ଗନଗର ଲଙ୍କେଶ୍ୱର ଅମାତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଯାଜପୁର ଅଶୋକ କୁମାର ବେହୁରିଆ, ଉପ-ଜିଲ୍ଲାପାଳ ଓ ଊପଖଣ୍ଡ ମାଜିଷ୍ଟ୍ରେଟ୍ ଅଂଶୁମାନ ଶତପଥୀ, ପୋଷ୍ଟାଲ ବାଲାଟ ଭୋଟିଂ ନୋଡାଲ ଅଧିକାରୀ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଯାଜପୁର ଜିଲ୍ଲା ପରିଷଦ ରଶ୍ମିରେଖା ପ୍ରଧାନ, ଡେପୁଟି କଲେକ୍ଟର ବି.ଡି.ଓ., ତହସିଲଦାର, ବିଭିନ୍ନ ବିଭାଗୀୟ ଏବଂ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ବିଭିନ୍ନ କାର୍ଯ୍ୟାଳୟର କର୍ମଚାରୀ ବୃନ୍ଦ କାର୍ଯ୍ୟକ୍ରମ ସଂଚାଳନରେ ସହଯୋଗ ପ୍ରଦାନ କରିଥିଲେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close