ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ବରିଷ୍ଠ ଜନନେତା ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇଙ୍କ ଶୋକ

 

ବ୍ୟାସନଗର,୦୫/୦୭(ଉ. ନ୍ୟୁଜ୍ ବ୍ୟୁରୋ): ରାଜ୍ୟର ଜଣେ ଅଗଧାଡିର ଜନନେତା, ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ପୂର୍ବତନ ମନ୍ତ୍ରୀ ଡଃ. ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ଗଭୀର ଶୋକ ପ୍ରକାଶ କରିଛନ୍ତି । ସ୍ୱର୍ଗତ ନାୟକ କାକଟପୁର ନିର୍ବାଚନ ମଣ୍ଡଳୀରେ ୭ ଥର ବିଧାୟକ ଭାବେ ନିର୍ବାଚିତ ହୋଇ ନିଜ ନିର୍ବାଚନ ମଣ୍ଡଳୀର ବିକାଶ କରିବା ସହିତ ବିଭିନ୍ନ ସମୟରେ ରାଜ୍ୟ ମନ୍ତ୍ରୀ ମଣ୍ଡଳରେ ଗୁରୁତ୍ୱପୂର୍ଣ୍ଣ ବିଭାଗ ଯଥା- ପଂଚାୟତରାଜ, ବିଦ୍ୟାଳୟ ଓ ଗଣଶିକ୍ଷା, ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ, କୃଷି ଭଳି ବହୁ ବିଭାଗର ମନ୍ତ୍ରୀ ଭାବେ ରାଜ୍ୟ ପାଇଁ ଅନେକ ଜନହିତକାର କାର୍ଯ୍ୟ କରିଛନ୍ତି । ତାଙ୍କ ବିୟୋଗରେ ରାଜ୍ୟ ରାଜନୈତିକ ଆକାଶର ଏକ ଉଜ୍ୱଳ ନକ୍ଷତ୍ରର ଅବସାନ ଘଟିଲା । ସ୍ୱର୍ଗତ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଡଃ. ଘଡ଼ାଇ ସମବେଦନା ଜଣାଇଛନ୍ତି ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close