ଜିଲ୍ଲା ପ୍ରଶାସନ ପକ୍ଷରୁ କୋରାଇ ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଯାଜପୁର;୧୨/୦୮(ଉ.ବ୍ୟୁରୋ): ପ୍ରଶାସନ ଜନସାଧାରଣଙ୍କ ନିକଟରେ ପହଞ୍ଚି ସେମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡିକର ସମାଧାନ କରିବା ଅଭିଯୋଗ ଶୁଣାଣି ପ୍ରକୋଷ୍ଠର ପ୍ରଧାନ ଲକ୍ଷ୍ୟ ଅଟେ । ଏଣୁ ଅଭିଯୋଗ ପ୍ରକୋଷ୍ଠରେ ଯୋଗ ଦେଉଥିବା ଜିଲ୍ଲାର ସମସ୍ତ ଅଧିକାରୀମାନେ ନିଷ୍ଠା ଓ ସହୃଦୟତାର ସହ କାର୍ଯ୍ୟ ସଂପାଦନ କଲେ ଜିଲ୍ଲା ପ୍ରଶାସନର ଅଭିଯୋଗ ଶୁଣାଣି ପ୍ରକ୍ରିୟା ତ୍ୱରାନ୍ୱିତ ଭାବେ ଜନସାଧାରଣମାନେ ଅଧିକରୁ ଅଧିକ ଅଭିଯୋଗ ପ୍ରକୋଷ୍ଠରୁ ଲାଭବାନ ହୋଇପାରିବେ ବୋଲି ଆଜି ପୂର୍ବାହ୍ନରେ କୋରାଇ ବ୍ଳକ ସମ୍ମିଳନୀ କକ୍ଷ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲ ଏବଂ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ନବକ୍ରିଷ୍ଣ ଜେନା ପ୍ରକାଶ କରିଥିଲେ । ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ କଳିଙ୍ଗନଗର ଶ୍ରୀ ଲଙ୍କେଶ୍ୱର ଅମାତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ,ଜିଲ୍ଲା ପରିଷଦ, ଯାଜପୁର ଶ୍ରୀ ଅଶୋକ କୁମାର ବେହୁରିଆ, ଉପ-ଜିଲ୍ଲାପାଳ, ଯାଜପୁର ଶ୍ରୀ ଅଂଶୁମାନ ଶତପଥୀ, ସହକାରୀ ଜିଲ୍ଲାପାଳ, ସାଧାରଣ ଓ ବିବିଧ, ନିବେଦିତା ପ୍ରଧାନ, ବି.ଡି.ଓ., କୋରାଇ ଶ୍ରୀ ଅଶୋକ କୁମାର ମାଝି, ତହସିଲଦାର ଶ୍ରୀ ଦେବାଶିଷ ରାଊତ, ପ୍ରକଳ୍ପ ନିର୍ଦ୍ଦେଶକ, ଜଳଚ୍ଥାୟା ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, ଅଧିକ୍ଷଣ ଯନ୍ତ୍ରୀ, ଜଳସେଚନ, ଜାରକା ଖଣ୍ଡ ଇଂ କାମଦେବ ଦାସ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଅରୁଣ କୁମାର ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ. ଶ୍ରୀମତୀ ନିବେଦିତା ପାଣି, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ବେହେରା, ଜିଲ୍ଳ୍‌ା ସମାଜ ସୁରକ୍ଷା ଅଧିକାରୀ ଶ୍ରୀ ରବିନ୍ଦ୍ର କୁମାର ବେହେରା, ବେସାମରିକ ଯୋଗାଣ ଅଧିକାରୀ ସଲ୍ଳାଉଦ୍ଦିନ ଖାଁ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ ।
ଏହି ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୯୨ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୬୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୨ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୦୮ ଗୋଟି ଅଭିଯୋଗ ଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୦୭ ଗୋଟି ଅଭିଯୋଗ ଆସିଥିଲା । ଶିବିର ପ୍ରକୋଷ୍ଠରେ ୧୫ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ । ପ୍ରକାଶ ଥାଉ କି, ଅଗଷ୍ଟ ମାସ ୨୦ ତାରିଖ ମଙ୍ଗଳବାର ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ଠାରେ, ୨୭ ତାରିଖ ମଙ୍ଗଳବାର ବଡଚଣା ବ୍ଳ୍‌କ କାର୍ଯ୍ୟାଳୟ ଠାରେ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଶିବିର ମାନଙ୍କରେ ଜିଲ୍ଲାର ବରିଷ୍ଠ ପଦାଧିକାରୀ ବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଏବଂ ସଂପୃକ୍ତ ବ୍ଳକର ବି.ଡି.ଓ. ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ଜିଲ୍ଲାପାଳ ସହଯୋଗ ପ୍ରଦାନ କରିଥିଲେ ।

 

 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close