ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ବଡ଼ଚଣା ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଯାଜପୁର,୨୯/୦୮(ଉ. ନ୍ୟୁଜ୍ ବ୍ୟୁରୋ): ଚଳିତ ୨୭ ତାରିଖ ପୂର୍ବାହ୍ନରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ୍ ପି. ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଭିନିତ୍ ଅଗ୍ରୱାଲ ବଡ଼ଚଣା ବ୍ଲକ କାର୍ଯ୍ୟରଳୟ ସମ୍ମିଳନୀ କକ୍ଷରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଶିବିରରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ୍ ପି. ଅନ୍ୱେଷା ରେଡ୍ଡି ଯୋଗ ଦେଇ କହିଲେ ଯେ, ରାଜ୍ୟ ସରକାରଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକ୍ରିୟା ଏକ ସୁଦୂର ପ୍ରସାରି କାର୍ଯ୍ୟକ୍ରମ ଯେଉଁଥିରେ ଜନସାଧାରଣ ବହୁ ମାତ୍ରାରେ ସରକାରଭ୍‌କର ବିଭିନ୍ନ ଯୋଜନାର ସଫଳ ଫାଇଦା ପାଇ ପାରୁଛନ୍ତି । ପ୍ରଶାସନ ଲୋକ ମାନଙ୍କ ନିକଟତର ହୋଇ ସେମାନଙ୍କର ବିଭିନ୍ନ ଆପତି ଅଭିଯୋଗ ଗୁନିକର ଜନଶୁଣାଣି ଶିବିର ମାଧ୍ୟମରେ ସମାଧାନ କରି ସେମାନଙ୍କୁ ତ୍ୱରିତ ସେବା ଯୋଗାଇଦେବା ଏବଂ ମହିଳାମାନଙ୍କୁ ସଶକ୍ତୀକରଣ କରିବା ମୂଳ ଲକ୍ଷ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ କରିବା ସହ ବିଭାଗୀୟ ଅଧିକାରୀମାନଙ୍କୁ ପଠାଯାଉଥିବା ଦରଖାସ୍ତ ଗୁଡ଼ିକୁ ସଂପୃକ୍ତ ଅଧିକାରୀ ମାନେ ବିଳମ୍ବ ନକରି ଆପତି ଅଭିଯୋଗ ଗୁଡ଼ିକର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବା ସହ କୌଣସି ଅଧିକାରୀଙ୍କ ନିକଟରେ ଯେଭଳି ଗୋଟିଏ ଅଭିଯୋଗ ସମାଧାନରେ ବିଳମ୍ବ ନହୁଏ ସେଥିପ୍ରତି ଯତ୍ନବାନ ହେବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଶୁଭେନ୍ଦ୍ର ସାମଲ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅଶୋକ କୁମାର ବେହୁରିଆ, ଉପଜିଲ୍ଲାପାଳ ଅଂଶୁମାନ ଶତପଥି, ବଡ଼ଚଣା ବିଡ଼ିଓ ରବୀନ୍ଦ୍ର କୁମାର ପ୍ରଧାନ, ସହକାରୀ ଜିଲ୍ଲାପାଳ ତଥା ସାଧାରଣ ଓ ବିବିଧ ନିବେଦିତା ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ଅଭିଯୋଗ ପ୍ରକୋଷ୍ଠରେ ମୋଟ ୧୪୬ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ୭୨ଗୋଟି ଅଭିଯୋଗ ସମୂହ ୭ ଗୋଟି ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପ୍ରଦାନ ଜନିତ ୩୬ ଗୋଟି ଅଭିଯୋଗ, ରେଡକ୍ରସ ପାଣ୍ଠିରୁ ସାହାଯ୍ୟ ନିମନ୍ତେ ୩୧ ଗୋଟି ଅଭିଯୋଗ ଆସିଥିଲା । ୭୧ ଗୋଟି ବିଭିନ୍ନ ଅଭିଯୋଗର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଜନଶୁଣାଣୀ ଶିବିରରେ ତତ୍କାଳୀନ ସମାଧାନ କରିଥବଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ନିବେଦିତା ପାଣି, ଜିଲ୍ଲା ମଙ୍ଗଳ ଅଧିକାରୀ ଶରତ ଚନ୍ଦ୍ର ବେହେରା, ଚଣ୍ଡିଖୋଲ ଆଂଚଳିକ ବରିବହନ ଅଧିକାରୀ ସମ୍ବିତ କୁମାର, ଜିଲ୍ଲା ମସାଜିକ ସୁରକ୍ଷା ଅଧିକାରୀ ରବୀନ୍ଦ୍ର କୁମାର ବେହେରା, ଜିଲ୍ଲା ଯୋଗାଣ ବେସାମରିକ ଅଧିକାରୀ ସଲ୍ଲାଉଦ୍ଦିନ ଖାଁ, ଅବକାରୀ ଅଧିକ୍ଷକ ଅମରେନ୍ଦ୍ର କୁମାର ଜେନାଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ବିଦ୍ୟୁତ୍ ଡିପାର୍ଟମେଂଟର ଯନ୍ତ୍ରୀମାନେ ଯୋଗ ଦେଇ ଅଭିଯୋଗ ଶୁଣାଣି ପ୍ରକ୍ରିୟାରେ ସହଯୋଗ ପ୍ରଦାନ କରିଥିଲେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close