ଯାଜପୁରରେ ବନ୍ୟା ଆଶଙ୍କା : କ୍ଷେତ୍ର ପରିଦର୍ଶନ କଲେ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ

ଯାଜପୁର, ୨୬ା୮: ଜିଲ୍ଲାରେ ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ପ୍ରଶାସନ ପଦକ୍ଷେପ ନେଇଥିବା ବେଳେ ଜିଲ୍ଲାପାଳଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରି ସ୍ଥିତିର ଅନୁଧ୍ୟାନ କରିଚ୍ଥନ୍ତି । ବୁଧବାର ପୂର୍ବାହ୍ନରେ ଜିଲ୍ଲାପାଳ ରଂଜନ କୁମାର ଦାସ ବୈତରଣୀ ନଦୀର ବଲ୍ଲଭୀ ଘାଟ ଓ ବଳୀଘାଇ ଅଂଚଳକୁ ପରିଦର୍ଶନ କରିଥିଲେ । ସେହିପରି ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ସନ୍ତୋଷ କୁମାର ମିଶ୍ର, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଅକ୍ଷୟ କୁମାର ମଲ୍ଲିକ ଓ ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ଧଳ ବିଭିନ୍ନ ବ୍ଳ୍‌କ ଅଂଚଳ ଗସ୍ତ କରି ପରିସ୍ଥିତିର ସମୀକ୍ଷା କରିଥିଲେ । ପରେ ଏହି ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ବି.ଡି.ଓ ଓ ତହସିଲଦାରମାନଙ୍କ ସହ ଆଲୋଚନା କରି ବିବିଧ ପଦକ୍ଷେପ ସଂପର୍କରେ ନିର୍ଦ୍ଦେଶ ଦେଇଥିଲେ । ଅପରାହ୍ନରେ ଜିଲ୍ଲାପାଳ ରଂଜନ କୁମାର ଦାସ, ଆରକ୍ଷୀ ଅଧିକ୍ଷକ ଚରଣ ସିଂ ମିନା, ଆଇ.ଏ.ଏସ୍ ପ୍ରୋବେସନର ସଚିନ ପାୱାର, ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ଧଳ, ଦଶରଥପୁର ବି.ଡି.ଓ ନାରାୟଣ ଚନ୍ଦ୍ର ନାୟକ, ତହସିଲଦାର ସୈାଭାଗ୍ୟ ବେହେରା, ଜଳ ସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ଧନେଶ୍ୱର ସାମଲ ପ୍ରମୁଖ ଦଶରଥପୁର ବ୍ଳ୍‌କର ଅହିୟାସ ନିକଟସ୍ଥ ପହ୍ଳାସାହି ଓ ମଲ୍ଳିକାପୁର ନିକଟସ୍ଥ କମଳପୁର ବନ୍ୟାଚଂଳ ପରିଦର୍ଶନ କରିଥିଲେ । ଖାଲୁଆ ଅଂଚଳରେ ରହିଥିବା ଲୋକମାନଙ୍କୁ ନିରାପଦ ଆଶ୍ରୟ ସ୍ଥଳକୁ ସ୍ଥାନାନ୍ତର କରିବାକୁ ଜିଲ୍ଲାପାଳ ବ୍ଳ୍‌କ ଓ ତହସିଲ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ବ୍ଳକ ଓ ତହସିଲ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକମାନଙ୍କୁ ସତର୍କ କରାଯାଇଚ୍ଥି ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close