ଆସୁଛି ଆଉ ଏକ ଲଘୁଚାପ , ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର ; ୧୮/୯ : ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୦ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। ଲଘୁଚାପଜନିତ ବର୍ଷା ପାଇଁ ସଜାଗ ରହିବାକୁ ଏସଆରସି ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୯ରୁ ରାଜ୍ୟରେ କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି , କୋରାପୁଟ , ନବରଙ୍ଗପୁର , ରାୟଗଡା, ଗଞ୍ଜାମ , ପୁରୀ,ଅନୁଗୁଳ , ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, କେନ୍ଦୁଝର, ଢେଙ୍କାନାଳ, କଟକ, ଜଗତସିଂହପୁର, ବାଲେଶ୍ବର ଓ ମୟୁରଭଞ୍ଜ ଆଦି ସ୍ଥାନରେ ପ୍ରବଳ ବର୍ଷା ପାଇଁ ସତର୍କତା ଜାରି କରାଯାଇଛି । ଉପକୂଳବର୍ତ୍ତୀ ଅଞ୍ଚଳରେ ୪୫ରୁ୫୫କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିସମୟରେ ସମୁଦ୍ର ଅଶାନ୍ତ ରହିବାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ୨୦ରୁ୨୩ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ସମ୍ଭାବ୍ୟ ଲଘୁଚାପକୁ ନଜରରେ ରଖି ପ୍ରଶାସନକୁ ସଜାଗ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। 

 

 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close