ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୯/୯ : ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନାକୁ ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା କାଲି ଉପକୂଳବର୍ତ୍ତୀ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବାଲେଶ୍ଵର, କଟକ,ଭଦ୍ରକ,ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ଗଜପତି, ଖୋର୍ଦ୍ଧା, ଗଞ୍ଜାମ, ପୁରୀ, ନୟାଗଡ଼, କୋରାପୁଟ, ରାୟଗଡା,ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ଏବଂ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧ରେ ଉପକୂଳବର୍ତ୍ତୀ ଅଞ୍ଚଳରେ କିଛି ସ୍ଥାନରେ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ  ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close