ବ୍ୟାସନଗର ବରିଷ୍ଠ ନାଗରିକ ମଂଚ ତରଫରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବ୍ୟାସନଗର, ୦୨/୧୦(ବସନ୍ତ କୁମାର ପାତ୍ରଙ୍କ ଠାରୁ): ସ୍ଥାନୀୟ ବ୍ୟାସନଗର ବରିଷ୍ଠ ନାଗରିକ ମଂଚ ତରଫରୁ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ମଂଚ କାର୍ଯ୍ୟାଳୟରେ ଶୁକ୍ରବାର ପୂର୍ବାହ୍ନରେ ପାଳିତ ହୋଇଯାଇଛି । ମଂଚର ସଭାପତି ତଥା ଶିକ୍ଷାବିଦ୍ ଉପେନ୍ଦ୍ରନାଥ ବେହୁରିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ‘ଉଦୟବଟ’ର ସଂପାଦକ ଦୁଷ୍ମନ୍ତ କୁମାର ରାଉତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଭାବନାଦର୍ଶରେ ଅନୁପ୍ରାଣିତ ହୋଇ ବ୍ୟାସନଗର ବରିଷ୍ଠ ନାଗରିକ ମଂଚ ବିଭିନ୍ନ ସାମାଜିକ ତଥା ଉନ୍ନୟନମୂଳକ କାର୍ଯ୍ୟ କରିଚାଲିଥିବାରୁ ତା’ର ଭୂୟସୀ ପ୍ରଶଂସା କରିଥିଲେ । ମଂଚର ସଂପାଦକ ତଥା ଶ୍ରମିକ ନେତା ଚନ୍ଦ୍ରମଣି ସାମଲ ମଂଚର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସୂଚନା ଦେଇଥିଲେ । ଏଥିରେ ଯୋଗ ଗୁରୁ ବଟକୃଷ୍ଣ ପ୍ରଧାନ, ବରିଷ୍ଠ ସଭ୍ୟ ଲମ୍ବୋଦର ମଲ୍ଲିକ, କମଳଲୋଚନ ସାହୁ, ସନାତନ ମଲ୍ଲିକ ପ୍ରମୁଖ ଅଂଶଗ୍ରହଣ କରିଥିଲେ । ଶେଷରେ ମଂଚର କୋଷାଧ୍ୟକ୍ଷ ଶତୃଘ୍ନ ପୁହାଣ ଧନ୍ୟବାଦ ଅର୍ପଣ କରିଥିଲେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close