ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଶତ ବାର୍ଷିକୀରେ ଭଦ୍ରକ ଜିଲ୍ଳା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଭଦ୍ରକ; ୨୪/୦୩ (ଶିବ ଶଙ୍କର ପଣ୍ଡାଙ୍କ ଠାରୁ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଶହେ ବର୍ଷ ପୂର୍ତ୍ତିକୁ ସ୍ମରଣୀୟ କରିବାକୁ ଯାଇ ରାଜ୍ୟ ସରକାର ବର୍ଷ ବ୍ୟାପୀ ପାଳନର  ଶୁଭାରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଡ. ଜ୍ଞାନ ଦାସ, ଅତିରିକ୍ତ ଜିଲ୍ଲାପାଳ ଇନ୍ଦ୍ରମଣି ନାୟକ, ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ, ପୌର ନିର୍ବାହୀ ଅଧିକାରୀ ବିଚିତ୍ରାନନ୍ଦ ନାୟକ, ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୋଲେଖ ଚନ୍ଦ୍ର ବେହେରା, ଜିଲ୍ଳା ସଂସ୍କୃତି ଅଧିକାରିଣୀ ମନସ୍ୱିନୀ ରାଉତ ପ୍ରମୁଖ ଅଧିକାରୀଗଣ ଐତିହାସିକ ଗାନ୍ଧୀ ପଡ଼ିଆ, ମହତାବ କୋଠୀ, ଜିଲ୍ଲା ସ୍କୁଲ, ଭଦ୍ରକ ବ୍ଲକ ପରିସର ସ୍ଥିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ଏହି ଅବସରରେ ଭଦ୍ରକ ଟାଉନ ହଲରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଂଗୀତ ନାଟକ ଏକାଡ଼େମୀ ପ୍ରାୟୋଜିତ ଏବଂ ନଟରାଜ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ଅଭିନୀତ ନାଟକ ‘ଗାନ୍ଧିଙ୍କ ଓଡ଼ିଶା’ ପ୍ରଦର୍ଶନ କରାଯାଇଥିଲା ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close