ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

ଭୁବନେଶ୍ୱର,୦୨/୬(ଜ୍ୟୋତିରଂଜନ ପାଣିଗ୍ରାହୀଙ୍କ ଠାରୁ): ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବିଜୟଶ୍ରୀ ରାଉତରାୟଙ୍କ ଆଜି ପରଲୋକ ଘଟିଛି । । କରୋନାରେ ଆକ୍ରାନ୍ତ ହୋଇ ସେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ଦେହାନ୍ତ ହୋଇଛି । ମେ ମାସ ପ୍ରଥମ ସପ୍ତାହରେ ସେ କରୋନା ପଜିଟିଭ୍ ଥିବା ଜଣାପଡିଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା । ତାଙ୍କ ମୃତ୍ୟୁ ଖବର ପାଇବା ପରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।
            ସୂଚନାଯୋଗ୍ୟ,୧୯୯୦ ମସିହାରୁ ୨୦୧୯ ମଧ୍ୟରେ ସେ ୬ ଥର ଭଦ୍ରକ ବାସୁଦେବପୁର ଆସନରୁ ବିଜୟୀ ହୋଇ ବିଧାୟକ ହୋଇଥିଲେ । ଜନତା ଦଳ ପକ୍ଷରୁ ଦୁଇ ଥର ଓ ବିଜେଡି ପକ୍ଷରୁ ମୋଟ ୪ ଥର ବିଧାୟକ ହୋଇଛନ୍ତି । ଏହି ସମୟ ମଧ୍ୟରେ ସେ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ପାଦନ କରିଛନ୍ତି । ଶ୍ରୀ ରାଉତରାୟ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନୀଳମଣି ରାଉତରାୟଙ୍କ ପୁଅ । ଏବେ ଦେଖାଦେଉଛି ଯେ, ଘରୋଇ ମେଡିକାଲରେ ବହୁ ଅର୍ଥ ବ୍ୟୟ ପରେ ମଧ୍ୟ ମୃତ୍ୟୁ ସଂଖ୍ୟା ଅଧିକ ହେଉଛି । 
                ତାଙ୍କ ବିୟୋଗରେ ‘ଉଦୟବଟ’ର ସଂପାଦକ ଦୁଷ୍ମନ୍ତ କୁମାର ରାଉତ, ରାଜ୍ୟସ୍ତରୀୟ ମାନବାଧିକାର କର୍ମୀ ଦୀପକ ରଂଜନ ପାଣିଗ୍ରାହୀ, ବ୍ୟାସନଗର ବରିଷ୍ଠ ନାଗରିକ ମଂଚର ସଂପାଦକ ଚନ୍ଦ୍ରମଣି ସାମଲ, ବରିଷ୍ଠ ସାହିତ୍ୟିକ ପ୍ରଧ୍ୟାପକ ଡ଼ଃ. ଅକ୍ଷୟ କୁମାର ପଣ୍ଡା, ଅବସରପ୍ରାପ୍ତ ଷ୍ଟାଫ୍ ନର୍ସ ଉମିଳା ନାୟକ, ନାରୀନେତ୍ରୀ ବିଦ୍ୟୁତ୍‌ପ୍ରଭା ରାୟ, ବରିଷ୍ଠ ସମାଜସେବୀ ଉପେନ୍ଦ୍ରନାଥ ମହାନ୍ତି ପ୍ରମୁଖ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close