ନିରାଡ଼ମ୍ବର ଭାବରେ ବିନା ଭକ୍ତରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଅନୁଷ୍ଠିତ

ପୁରୀ ; ୨୪/୦୬ ( ବ୍ୟୁରୋ) : ଜ୍ୟେଷ୍ଠ ମାସ ପୂର୍ଣ୍ଣିମାରେ ତିନି ଠାକୁର ସ୍ନାନ ମଣ୍ଡପକୁ ବିଜେ କରି ୧୦୮ କଳସୀ ଜଳରେ ସ୍ନାନ କରିଥାନ୍ତି। ଏହି ପରଂପରା ଜଗନ୍ନାଥ ସଂସ୍କୃତିରେ କାହିଁ କେଉଁ କାଳରୁ ପାଳିତ ହୋଇଆସୁଛି। ସେଥିପାଇଁ ଏହି ଦିନକୁ ଦେବସ୍ନାନ ପୂର୍ଣ୍ଣିମା ବୋଲି କୁହାଯାଇଥାଏ। ବଡ଼ଦେଉଳରୁ ସ୍ନାନ ମଣ୍ଡପକୁ ଓହ୍ଲାଇଛନ୍ତି ବଡ଼ ଠାକୁର ପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ଶ୍ରୀଜଗନ୍ନାଥ ଓ ଶ୍ରୀସୁଦର୍ଶନ । ଧାଡ଼ି ପହଣ୍ଡିରେ ରତ୍ନ ସିଂହାସନରୁ ବାହାରି ଆସିଥିଲେ ମହାପ୍ରଭୁ । ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ପରେ ପ୍ରଭୁ ଶ୍ରୀବଳଭଦ୍ର, ତାଙ୍କ ପଛକୁ ଦେବୀ ସୁଭଦ୍ରା ଓ ଶେଷ ଆସିଥିଲେ ଶ୍ରୀଜଗନ୍ନାଥ । ପ୍ରଭୁ ଶ୍ରୀବଳଭଦ୍ରଙ୍କୁ ୩୩ ଗରା, ଦେବୀ ସୁଭଦ୍ରାଙ୍କୁ ୨୨ ଗରା, ଶ୍ରୀଜଗନ୍ନାଥଙ୍କୁ ୩୫ ଗରା ଓ ଶ୍ରୀସୁଦର୍ଶନଙ୍କୁ ୧୮ ଗରା ସୁବାସିତ ଜଳରେ ସ୍ନାନ କରାଯାଇଛି । ସ୍ନାନ ପରେ ତିନିଠାକରୁ ଜରରେ ପଡନ୍ତି ବୋଲି ବିଶ୍ୱାସ ରହିଛି। ତାଙ୍କର ଉପଚାର ମଧ୍ୟ ଯଥାବିଧି ଅନୁସାରେ କରାଯାଇଥାଏ। ଏହାପରେ ରଥଯାତ୍ରା ଦିନ ରଥ ଉପରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ମହାପ୍ରଭୁ। ।ସାଧାରଣରେ ପ୍ରଶ୍ନ ଉଠେ ଯେ, ତିନିଠାକୁର ଏହି ଦିନ କଣ ପାଇଁ ସ୍ନାନ କରିଥାନ୍ତି। ପୁରାଣ ଶାସ୍ତ୍ର ଅନୁସାରେ ଏହି ଜ୍ୟେଷ୍ଠ ପୂର୍ଣ୍ଣିମା ହେଉଛି ଶ୍ରୀଜୀୟୁଙ୍କର ଜନ୍ମ ଦିନ। ଏହି ଦିନ ତିନିଠାକୁର ଦାରୁ ବ୍ରହ୍ମ ରୂପରେ ଆର୍ବିଭାବ ହୋଇଥିଲେ। ସେତେବେଳେ ମହାରାଜ ଇନ୍ଦ୍ରଦ୍ୟୁମ ଦାରୁବ୍ରହ୍ମଙ୍କୁ ସମୁଦ୍ରରୁ ପାଇବା ପରେ ତାଙ୍କୁ ପ୍ରଥମେ ସ୍ନାନ କରାଇଥିଲେ। ସେଥିପାଇଁ ଏହି ସ୍ନାନ ଦିବସର ଆୟୋଜନ କରାଯାଇଥାଏ। ଶ୍ରୀମନ୍ଦିରରେ ଆଜି ଠାରୁ ପୂଜା ପାଇବେ ପଟି ଦିଅଁ ଏଭଳି ମଧ୍ୟ ବିଶ୍ଵାସ ରହିଛି।

 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close