ତୈଳଦର ଆଶାତୀତ ବୃଦ୍ଧିକୁ ନେଇ ଏଆଇସିସି ତରଫରୁ ସାରା ଦେଶରେ ବିକ୍ଷୋଭ ପାଇଁ ସଜବାଜ

ଭୁବନେଶ୍ୱର;୦୧/୦୭( ବ୍ୟୁରୋ): ସାରା ଦେଶରେ କରୋନା ମହାମାରୀ ଥମିବାର ନାଁ ନେଉନଥିବା ବେଳେ କେନ୍ଦ୍ର ସରକାର କ୍ରମାଗତ ଭାବେ ୨ ମାସ ମଧ୍ୟରେ ୨୯ ଥର ତୈଳଦର ଆଶାତୀତ ବୃଦ୍ଧି କରିବା ଦ୍ୱାରା ଦେଶରେ ପ୍ରାୟ ୧୫୦ ସହରରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପ୍ରତି ୧୦୦ ଟଙ୍କା ପାର କରିସାରିଛି। ରନ୍ଧନ ଗ୍ୟାସ, ଖାଇବା ତେଲ, ଡାଲି ଜାତୀୟ ଦ୍ରବ୍ୟ ଠାରୁ ଆରମ୍ଭ କରି ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଦର ଆକାଶଛୁଆଁ ହୋଇଛି ଓ ସାଧାରଣ ଖାଉଟୀମାନେ ନାହିଁ ନ ଥିବା ହଇରାଣ ହରକତ ହେଉଛନ୍ତି। ଲୋକମାନଙ୍କ ଏପରି ଦୁଃଖ ଦୁର୍ଦ୍ଦଶାକୁ ହୃଦୟଙ୍ଗମ କରି ଏଆଇସିସି ତରଫରୁ ସାରା ଦେଶରେ ବ୍ଲକ, ନଗର, ଜିଲ୍ଲା ଓ ପ୍ରଦେଶ ସ୍ତରରେ କଂଗ୍ରେସ ଦଳ ପକ୍ଷରୁ ଧାରଣା, ବିକ୍ଷୋଭ ଓ ପ୍ରତିବାଦ ସହ ସାଇକେଲ ଯାତ୍ରା ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ ଆସନ୍ତା ୭ ଜୁଲାଇ ବୁଧବାର ଠାରୁ ୧୭ ଜୁଲାଇ ଶନିବାର ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ନିଷ୍ପତି ନିଆଯାଇଛି ।

 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close