ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର

ଯାଜପୁର ; ୧୨/୦୯ ( ବ୍ୟୁରୋ) : ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି ବରି ପୋଲିସ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ବରୀ ବ୍ଲକ ସାହୁପଡ଼ା ପଞ୍ଚାୟତ ହଳଦିବସନ୍ତ ଗ୍ରାମ ଖଳାବାଙ୍କୀ ପାଟ ନିକଟରେ। ଏଠାରେ ଏକ ବରଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବାର ଗ୍ରାମବାସୀ ଦେଖିବାକୁ ପାଇଥିଲେ। ସଙ୍ଗେ ସଙ୍ଗେ ଏନେଇ ବରୀ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ବରୀ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ବେଳେ ମୃତକ ଜଣକ ନୂଆପଡା ଜିଲ୍ଲା ବଡେନ ଥାନା ଶରଧାପୁର ଗ୍ରାମର ଭରତ ମାଝି ବୋଲି ଜଣାପଡିଛି। ସେ ଜଣେ ସାଙ୍ଗ ଘରକୁ ଆସିଥିବା ବେଳେ ଆଜି ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ବରୀ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close