ନୃତ୍ୟଗୁରୁ ପଣ୍ଡିତ ବିରଜୁ ମହାରାଜଙ୍କର ପରଲୋକ

ନୂଆଦିଲ୍ଲୀ ; ୧୭/୦୧ (ବ୍ୟୁରୋ) : ବିଶିଷ୍ଟ କଥକ ନୃତ୍ୟଗୁରୁ ପଣ୍ଡିତ ବିରଜୁ ମହାରାଜଙ୍କର ପରଲୋକ ହୋଇଛି । ତାଙ୍କର ୮୩ ବର୍ଷ ବୟସରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦିଲ୍ଲୀ ବାସଭବନରେ ରବିବାର ବିଳମ୍ବିତ ରାତିରେ ହୃଦଘାତରେ ତାଙ୍କର ପରଲୋକ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ତାଙ୍କ ନାତି ସ୍ଵରାନ୍ସ ମିଶ୍ରା ଟୁଇଟ କରି ଏସମ୍ପର୍କରେ ସୂଚନା ଦେଇଛନ୍ତି ।ସୂଚନା ଅନୁସାରେ, ପଣ୍ଡିତ ବିରଜୁ ମହାରାଜ ୧୬ ତାରିଖ ରାତିରେ ନିଜର ନାତି ସହିତ ଖେଳୁଥିବା ବେଳେ ହଠାତ୍ ଅସୁସ୍ଥତା ଅନୁଭବ କରିଥିଲେ । ଏହାପରେ ସେ ଚେତାଶୂନ୍ୟ ହୋଇପଡ଼ିଥିଲେ। ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀର ସାକେତ ହସ୍ପିଟାଲକୁ ନିଆଯାଇଥିଲା । ସେଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିବା ଜଣାପଡିଛି।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close