ଗ୍ରୀଷ୍ମପ୍ରବାହ ବଢିବାରୁ ପୁଣିଥରେ ଦୁଇ ଦିନ ସ୍କୁଲ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର;୧୮/୦୪(ଜ୍ୟୋତି ରଞ୍ଜନ ଙ୍କ ଠାରୁ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟିରେ ରଖି ୧୯ ଏବଂ ୨୦ ସମସ୍ତ ସ୍କୁଲ କଲେଜକୁ ଛୁଟି ଘୋଷଣା କରାଯାଇଛି । ଏ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।ସୂଚନା ଅନୁସାରେ ରାଜ୍ୟରେ ସରକାରୀ ଏବଂ  ବେସରକାରୀ ସ୍କୁଲ ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଏଥି ସହିତ ସମସ୍ତ ଅଙ୍ଗନୱାଡି ମଧ୍ୟ ଏପ୍ରିଲ ୧୯ ଏବଂ ୨୦ ତାରିଖ ଦୁଇ ଦିନ ବନ୍ଦ ରହିବ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହା ପୂର୍ବରୁ ଏପ୍ରିଲ ୧୩ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲକୁ ବନ୍ଦ କରିବା ପାଇଁ ଘୋଷଣା କରିଥିଲେ । ତେବେ ୧୭ ତାରିଖରୁ ବର୍ଷା ହେବାର ଆଶା କରାଯାଉଥିବାରୁ ସ୍କୁଲ ଖୋଲିଥିଲା । କିନ୍ତୁ ଗ୍ରୀଷ୍ମପ୍ରବାହ ବଢିବାରୁ ପୁଣିଥରେ ସ୍କୁଲ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।

 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close