ଦେଶବାସୀଙ୍କୁ ଋଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ପୁରୀ,(ସଙ୍ଗୀତା ମହାପାତ୍ରଙ୍କ ଠାରୁ): ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରାରେ ଭକ୍ତ ଓ ଭଗବାନଙ୍କର ମହାମିଳନର ପର୍ବ । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟୁଇଟ୍ କରି ରାଷ୍ଟ୍ରପତି କହିଛନ୍ତି ‘ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଦେଶବିଦେଶରେ ରହୁଥିବାଶ୍ରୀଜଗନ୍ନାଥଙ୍କ ଭକ୍ତଗଣଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି । ଏହି ମହାପର୍ବରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର, ଭଗିନୀ ମାଆ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସହିତ ରଥାରୁଢ଼ ହୋଇ ଭକ୍ତମାନଙ୍କ ସହିତ ମିଳିତ ହୁଅନ୍ତି । ଭକ୍ତ ଓ ଭଗବାନଙ୍କ ମିଳନର ଏହି ପର୍ବ ବିଶ୍ୱରେ ବିରଳ । ଏହି ଶୁଭ ଅବସରରେ ଦେଶବାସୀଙ୍କ ସୁଖ ସମୃଦ୍ଧି ନିମନ୍ତେ ମୁଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଅଛି । ରାଷ୍ଟ୍ରପତି ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ଯେ, ଜଗନ୍ନାଥଙ୍କ ଅସୀମ କୃପା ସମସ୍ତଙ୍କ ଉପରେ ବର୍ଷିତ ହେଉ । ଦେଶ ଓ ବିଶ୍ୱରେ ସୁଖ, ଶାନ୍ତି, ସମୃଦ୍ଧି ଓ ସଦ୍‌ଭାବନାର ପରିବେଶ ସୃଷ୍ଟି ହେଉ । ପ୍ରତ୍ୟେକ ପରିବାର ସୁଖୀ ରହୁ, ପ୍ରତ୍ୟେକ ଜୀବନ ଆଶା ଓ ଆନନ୍ଦରେ ପରିପୂରଣ ହେଉ ବୋଲି ସେ କାମନା କରିଛନ୍ତି ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close